ରାଜନୀତି ନ୍ୟାୟ ପାଉନି ଅନୁସୂଚିତ ବର୍ଗ – ସମୀର ମହାନ୍ତି Angul OnlineSeptember 19, 2022September 19, 2022 ଅନୁଗୁଳ – ଦେଶର ୨ ହଜାରରୁ ଅଧିକ ଅନୁସୂଚିତ ବହୁଳ ଗାଁଙ୍କୁ ‘ପ୍ରଧାନମନ୍ତ୍ରୀ ଆଦର୍ଶ ଗାଁ’ ଭାବେ ବିକଶିତ କରିବାକୁ ମୋଦୀ ସରକାର ସଂକଳ୍ପ ନେଇଛନ୍ତି । ଅନୁସୂଚିତ ବର୍ଗଙ୍କ ବିକାଶ ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଛନ୍ତି କେନ୍ଦ୍ର ସରକାର । ସରକାରଙ୍କ ଏହି ଜନକଲ୍ୟାଣ ଯୋଜନାର ଠିକ୍ ଭାବେ ପ୍ରଚାର କରି ହିତାଧିକାରୀଙ୍କ ନିକଟରେ ଏହାର ବାର୍ତ୍ତା ପହଞ୍ଚାଇବାକୁ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଆହ୍ୱାନ ଦେଇଛନ୍ତି । ଶ୍ରୀ ମହାନ୍ତି ରବିବାର ଦିନ ଅନୁଗୁଳଠାରେ ଅନୁଷ୍ଠିତ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେ କହିଥିଲେ ଯେ ରାଜ୍ୟରେ ଅନସୂଚିତ ବର୍ଗ ଲୋକଙ୍କ ପ୍ରତି ଆକ୍ରମଣ ବଢି ଚାଲିଛି । ଏହାକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ। ଆଗାମୀ ଦିନରେ ବିଜେଡିର ଦଳିତ ବିରୋଧୀ ମନୋଭାବ ବିରୋଧରେ ରାଜରାସ୍ତାରେ ଆନ୍ଦୋଳନ କରାଯିବ ବୋଲି ଶ୍ରୀ ମହାନ୍ତି କହିଥିଲେ । ରାଜ୍ୟ ଅନୁସୂଚିତ ଜାତି ରାଜ୍ୟ ସଭାପତି ତଥା ପୂର୍ବତନ ସାଂସଦ ବିଭୁପ୍ରସାଦ ତରାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିର ଦୁଇଦିନ ଧରି ଚାଲିବ । ଆସନ୍ତାକାଲି ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲାଲ୍ ସିଂହ ଆର୍ଯ୍ୟ ଶିବିରରେ ଯୋଗଦେବେ । ଅନ୍ୟମାନଙ୍କ ମଧ୍ୟରେ ମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଦିଲୀପ ମଲ୍ଲିକ, କଳ୍ପନା ମଲ୍ଲିକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ପ୍ରଧାନ, ଅଗସ୍ତି ବେହେରା, ଅନୁଗୁଳ ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନ ପ୍ରମୁଖଙ୍କ ସମେତ ସମସ୍ତ ପଦାଧିକାରୀ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯୋଗ ଦେଇଥିଲେ । Advertisement
ବିଜେଡିର ୨୬ ତମ ପ୍ରତିଷ୍ଠା ଦିବସ ଅନୁଗୋଳ – ବିଜେଡିର ୨୬ ତମ ପ୍ରତିଷ୍ଠା ଦିବସ ଅନୁଗୋଳ ଠାରେ ବିଜୁ ଜନତା ଦଳ ପକ୍ଷରୁ ପାଳିତ ହୋଇଛି । ଅନୁଗୋଳ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ…
ଭାରତୀୟ ଜନତା ପାର୍ଟି ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କଲା ଆପ୍ ଅନୁଗୁଳ – ଅରବିନ୍ଦ କେଜରିୱାଲଙ୍କୁ ମିଥ୍ୟା ଅଭିଯୋଗରେ ଗିରଫ କରିଥିବା ଏବଂ ଅଭିଯୋଗକାରୀଠାରୁ ଚାନ୍ଦା ଆଦାୟ କରିଥିବା ଭାରତୀୟ ଜନତା ପାର୍ଟି ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…
ବିଜେଡିର ଜନସମ୍ପର୍କ ପଦଯାତ୍ରା ଅନୁଗୁଳ – ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଠାରୁ ଆରମ୍ଭ ହୋଇଛି…