ଆଞ୍ଚଳିକ ବରିଷ୍ଠ କିରାଣୀଙ୍କ ପରଲୋକ Angul OnlineJune 2, 2021June 2, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ସ୍ୱାସ୍ଥ୍ୟ କେନ୍ଦ୍ରର ବରିଷ୍ଠ କିରାଣୀ ମିହିର କୁମାର ଜେନାଙ୍କ ପରଲୋକ ହୋଇଛି । ସେ ଆଠମଲ୍ଲିକ ଉପଖଣ୍ଡ ହସ୍ପିଟାଲରେ ଦୀର୍ଘ ବର୍ଷ ହେଲା କାର୍ଯ୍ୟରତ ଥିଲେ । ଏହା ପୂର୍ବରୁ ସେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ଅନେକ ଦିନ ଯାଏ କାର୍ଯ୍ୟ କରିଥିଲେ । କିଛି ଦିନ ତଳେ କୋଭିଡରେ ଆକ୍ରାନ୍ତ ହୋଇ ଗୃହ ସଂଗରୋଧରେ ଥିଲେ । କିନ୍ତୁ ସ୍ୱାସ୍ଥ୍ୟ ଅବସ୍ଥାରେ ଅବନତି ଘଟିବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରା ଯାଇଥିଲା । ଆଜି ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ପରଲୋକ ଘଟିଛି । ସେ ଜଣେ ବନ୍ଧୁବତ୍ସଳ ଓ ଆମାୟିକ ଲୋକ ହିସାବରେ କର୍ମଚାରୀ ମହଲରେ ବେଶ ପରିଚିତ ଥିଲେ । ତାଙ୍କ ବିୟୋଗରେ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି । Advertisement
ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ଅନୁଗୁଳ – ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) ଏବଂ ଏହାର ସାମାଜିକ ଦାୟିତ୍ଵବୋଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା…
ବିଜୁ ଯୁବ ଜନତା ଦଳ ଦ୍ବାରା ୪୧ ୟୁନିଟ୍ ରକ୍ତ ସଂଗୃହିତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ବିଜୁ ଯୁବ ଜନତା ଦଳ ପକ୍ଷରୁ ବିଧାୟକ ଶ୍ରୀଯୁକ୍ତ ଶୁସାନ୍ତ କୁମାର ବେହେରାଙ୍କ ଆହ୍ବାନ କ୍ରମେ ପାଟକୁମୁଣ୍ଡା…
ଜନଶୂନ୍ୟ ଗାଁ ‛କୁରୁଡୁ’ – ଷାଠିଏ ପରିବାରରୁ ଆଉ ଅଛନ୍ତି ଆଉ ଚାରି ବନ୍ତଳା – ଏକଦା ଗାଁ ଦାଣ୍ଡରେ ଲାଗିରହୁଥିଲା ଗହଳିଚହଳି । ସକାଳୁ ଚଷା ପୁଅ ନିଜର ହଳଲଙ୍ଗଳ ଧରି କ୍ଷେତକୁ ବାହାରି ଯାଉଥିଲା । ମେଳା ମହୋତ୍ସବରେ…