ଅପରାଧ ପାରିବାରିକ କଳହ ଯୋଗୁଁ ନିଜକୁ ଲଗାଇ ଦେଲେ ନିଆଁ Angul OnlineJuly 28, 2021July 28, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଶାକସିହାଁ ଗାଁରେ ଆଜି ପାରିବାରିକ କଳହରୁ ଆଜି ଜଣେ ମହିଳା ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ଜଣା ପଡିଛି । ସୂଚନା ଅନୁସାରେ ଗାଁର ତପସ୍ଵିନୀ ବେହେରା ନାମକ ଜଣେ ମହିଳା ପାରିବାରିବା କଳହରୁ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ । ପରିବାର ଲୋକ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ମହିଳାଙ୍କ ଶରୀରର ୭୦ ପ୍ରତିଶତ ପୋଡି ଯାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ଅନୁଗୁଳ ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ କରୁଛି । Advertisement
ପୁଅର ଦ୍ଵିତୀୟ ବିବାହ ପାଇଁ ବାପା ସାଜିଲା ସୈତାନ – ପୁଅକୁ ମାରି ପୋତିଦେଲା ତାଳଚେର – ଅନୁଗୁଳ ଜିଲ୍ଲା ରେଙ୍ଗାଳି ଥାନା ଅର୍କିଳି ଗାଁରେ ପାରିବାରିକ କଳହରୁ ଏକ ଜଘନ୍ୟ ହତ୍ୟାକାଣ୍ଡ ହେଇଛି । ପାରିବାରିକ କଳହ ଯୋଗୁଁ ପୁଅକୁ ହତ୍ୟା…
ପ୍ରେମରେ ଅନ୍ଧ ହୋଇ ବାପା-ମାକୁ ହାଣିଲା ପୁଅ ଅନୁଗୁଳ – ପ୍ରେମ ସଂପର୍କକୁ ବିରୋଧ କରିବା ଆଉ ଏଥିରୁ ନିବୃତ ରହିବାକୁ କହିବାରୁ ବାପା ଓ ମାଙ୍କୁ ହାଣିଦେଲା । ଟାଙ୍ଗିଆରେ ଆକ୍ରମଣ କରିବା ଫଳରେ…
ଧରା ହେଲେ ଡିଜେଲ ମାଫିଆ – ୯୫୦ ଲିଟର ତେଲ ଜବତ , ପାଞ୍ଚ ଗିରଫ କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଥାନା କୁମୁଣ୍ଡା କାଜୁ ଜଙ୍ଗଲ ନିକଟ ଏକ ପଡିଆରୁ ଶୁକ୍ରବାର ଭୋର ସମୟରେ ଏକ ଡିଜେଲ ଚୋରା ରାକେଟ ଉପରେ…