ଅପରାଧ ଗୁଳି କରି ୬ ଲକ୍ଷ ଟଙ୍କା ଲୁଟ Angul OnlineAugust 29, 2022August 29, 2022 ଅନୁଗୁଳ – ଅନୁଗୁଳ ଟାଉନ ଥାନା କୁରୁଡୁଲୁ ନିକଟରେ ଗୁଳିମାଡ ଓ ଭୁଜାଲିରେ ଆକ୍ରମଣ କରି ମଦ ଦୋକାନ କର୍ମଚାରୀଙ୍କ ଠାରୁ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଅନୁଗୁଳର ଜଣେ ମଦ ବ୍ୟବସାୟୀଙ୍କ ଶେଷନାଥ ଗୁପ୍ତା ଓ ରୂପେଶ କୁମାର ନାମକ ଦୁଇଜଣ କର୍ମଚାରୀ ତାଳଚେର ଶର୍ମା ଛକର ଏକ ମଦ ଦୋକାନରୁ ଟଙ୍କା ସଂଗ୍ରହ କରି ମୋଟରସାଇକେଲରେ ଅନୁଗୁଳ ଆସୁଥିଲେ । ତେବେ କୁରୁଡୁଲୁ ନିକଟରେ ଥିବା ଆସପଣ୍ଡ ତଳେ ହଠାତ ଏକ କାରରେ କିଛି ଦୁର୍ବୃତ୍ତ ଆସି ସେମାନଙ୍କୁ ଅଟକାଇବା ସହ ଆକ୍ରମଣ କରିଥିଲେ । ଫାଙ୍କା ଗୁଳିଚାଳନା କରିବା ସହ କଟୁରିରେ ଶେଷନାଥଙ୍କୁ ଆକ୍ରମଣ କରି ସେମାନଙ୍କ ନିକଟରେ ଥିବା ୬ ଲକ୍ଷ ଟଙ୍କା ଲୁଟି ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲେ । ଶେଷନାଥଙ୍କ ହାତ ଓ ଛାତିରେ ଆଘାତ ଲାଗିଥିବା ବେଳେ ତାଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିଲା । ଖବର ପାଇ ଅନୁଗୁଳ ପୁଲିସ ଘଟଣାର ତଦନ୍ତ କରୁଛି । Advertisement
ଟ୍ରକ ଲୁଟ ଉଦ୍ୟମ ବେଳେ ୫ ଡକାୟତଙ୍କୁ ଗିରଫ କଲା ପୁଲିସ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୋଲିସ ଦ୍ଵାରା ୫ ଆନ୍ତଜିଲ୍ଲା ଲୁଟେରା ଗିରଫ । ଜାତୀୟ ରାଜପଥ ୧୪୯ ସନ୍ଥପଡା ନିକଟରେ ୯ ଜଣ ଯୁବକ…
ଜୁଆ ଆଡ୍ଡା ଉପରେ ଚଢ଼ାଉ – ୬ ଗିରଫ ୯ ମୋଟରସାଇକେଲ ଜବତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଖମାର ଗାଁ ନିକଟରେ ଥିବା ଏକ ଆମ୍ବତୋଟାରେ ଚଲିଥିବା ଏକ ଜୁଆ ଆଡ୍ଡା ଉପରେ ବୁଧବାର ଛେଣ୍ଡିପଦା ପୁଲିସ…
୧୭ ଗ୍ରାମ ବ୍ରାଉନସୁଗାର ଜବତ – ୫ ଗିରଫ ଅନୁଗୋଳ – ଅନୁଗୋଳ ଜିଲ୍ଲା ପୁଲିସ ଆଜି ଦୁଇଟି ଭିନ୍ନ ଭିନ୍ନ ଜାଗାରୁ ପ୍ରାୟ ୧୫ ଗ୍ରାମ ବ୍ରାଉନସୁଗାର ଜବତ କରିଥିବା ବେଳେ ୫ ଜଣଙ୍କୁ ଗିରଫ…