ଅପରାଧ ମା’କୁ ପିଟିପିଟି ହତ୍ୟା କଲା ସଇତାନ ପୁଅ Angul OnlineNovember 24, 2024November 24, 2024 ଅନୁଗୁଳ – ଜନ୍ମ କଲା ପୁଅ ହେଲା ସଇତାନ, ମା କୁ ପିଟି ପିଟି ହତ୍ୟା କଲା ପୁଅ । ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ଶୁଶୁଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସୂଚନା ଅନୁସାରେ, ଆଜି ସକାଳ ସମୟରେ ସୁସୁଡା ଗ୍ରାମର ସୁଧାକର ନାଏକ ଙ୍କ ପୁଅ ସରୋଜ ନାଏକ ନିଜ ମା ଲତା ନାଏକ (୭୦)କୁ ପିଟି ପିଟି ହତ୍ୟା କରିଥିଲା । ଏ ଖବର୍ ଗାଁ ଲୋକ ଜାଣିବା ପରେ ପୁଲିସ କୁ ଖବର ଦେଇଥିଲେ । ଟାଉନ୍ ଥାନା ପୁଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ବ କରିବା ସହ ମା କୁ ହତ୍ୟା କରିଥିବା ପୁଅ ସରୋଜକୁ ଅଟକ ରଖି ପଚରାଉଚରା କରୁଛି । ତେବେ କାହିଁକି ଏଭଳି ହତ୍ୟାକାଣ୍ଡ ହୋଇଛି ତାହା ସ୍ପଷ୍ଟ ହୋଇ ନଥିବା ବେଳେ ମଦ୍ୟପାନ କରି ଏଭଳି କାଣ୍ଡ ଭିଆଇ ଥିବା ସନ୍ଦେହ କରାଯାଉଛି । ଅନେକ ସମୟରେ ସେ ଏଭଳି ମା କୁ ମାଡ଼ ମାରିଥାଏ , ଆଉ ଆଜି ମଧ୍ୟ ମଦ ପିଇ ମାଙ୍କ ଝଗଡା କରିଥିଲା ବୋଲି ପଡୋଶୀ ମାନେ ସୂଚନା ଦେଇଛନ୍ତି । Advertisement
ବନ୍ଧୁକ ଦେଖାଇବା ସହ କଟୁରୀରେ ହାଣି ଲୁଟିନେଲେ ଟଙ୍କା ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଲୁଟେରାଙ୍କ ଦୌରାତ୍ମ କମିବାରେ ନାଁ ନେଉ ନାହିଁ l ଗତ କିଛି ଦିନ ତଳେ ଏକ ମଦ ଦୋକାନ ଓ ପରେ…
ଦୁଇ ଡକାୟତି ଉଦ୍ୟମ ପଣ୍ଡ – ଆଠ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର କୋଲିୟାରୀ ଥାନା ଓ ଅନୁଗୁଳ ଥାନା ଅଞ୍ଚଳରେ ଡକାୟତି ଯୋଜନା କରୁଥିବା ବେଳେ ଦୁଇଟି ଡକାୟତ ଗ୍ୟାଙ୍ଗକୁ ପୁଲିସ କାବୁ…
ଚୋରି ସନ୍ଦେହରେ ପିଟିପିଟି ମାରିଦେଇଥିଲେ – ଦୁଇ ଗିରଫ ଅନୁଗୁଳ – ଅନୁଗୁଳ ସହର ରାଣୀଗୋଡା ପଡ଼ିଆରୁ ଗତ ୧୬ ତାରିଖ ରାତିରେ ସେହି ଗାଁର ବାପି ବିଶ୍ୱାଳ ( ଶିବା)କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରା…