ମୁଖ୍ୟ ଖବର ବଢି ପାଣିରେ ଭାସିଗଲେ ଛାତ୍ରୀ Angul OnlineAugust 6, 2024August 6, 2024 ଅନୁଗୁଳ – ଲଗାଣ ବର୍ଷା ରେ ଅନୁଗୁଳ ସହର ଓ ଏହାର ଆଖପାଖ ଅଞ୍ଚଳ ଜଳମଗ୍ନ ହୋଇ ଯାଇଛି । ଅଧିକାଂଶ ନଦୀ ନାଳରେ ବଢି ପାଣି କୁଳ ଖାଉଛି । ଏଭଳି ଅବସ୍ଥାରେ ପାଠ ପଢିବାକୁ ଯାଇ ଘରକୁ ଫେରିବା ବାଟରେ ଜୋର ପାର ହେଉଥିବା ବେଳେ ଜୋରରେ ଭାସିଯାଇ ଜଣେ ଛାତ୍ରୀ ନିଖୋଜ ହୋଇ ଯାଇଛନ୍ତି । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ବସଲା ପଞ୍ଚାୟତ ସୁନାଭୁଇଁ ଗାଁ ନିକଟରେ ଘଟିଛି । ସୂଚନା ଅନୁସାରେ ସୁନାଭୁଇଁ ଗାଁର ପ୍ରୀତି ବେହେରା ନାମକ ଜଣେ ଛାତ୍ରୀ ସକାଳେ ବନ୍ତଳା ଅଞ୍ଚଳକୁ କମ୍ପ୍ୟୁଟର କ୍ଳାସ କରିବାକୁ ଯାଇଥିଲେ । ସେଠାରୁ ଫେରିବା ବେଳେ ଗାଁ ମୁଣ୍ଡରେ ଥିବା ଜୋର ଉପରେ ପାଣି ଯାଉଥିଲା । ତଥାପି ସାହସ ବାନ୍ଧି ସେ ସାଇକେଲ ଧରି ଜୋର ପାର ହେଉଥିବା ବେଳେ ଗଭୀର ସ୍ରୋତରେ ଭାସି ଯାଇଥିଲେ । ଆଖପାଖରେ ଥିବା ଲୋକ କିଛି କରିବା ପୂର୍ବରୁ ସେ ସ୍ରୋତରେ ଭାସି ନିଖୋଜ ହୋଇ ଯାଇଥିଲେ । ଖବର ପାଇ ଅନୁଗୁଳ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । Advertisement
ସିରିଜ ଦୁର୍ଘଟଣା ଘଟାଇଲା ଟ୍ରିପର – ପାଞ୍ଚ ଆହତ ଅନୁଗୁଳ – ଅନୁଗୁଳ ଜିଲ୍ଲା ମହିଧରପୁରରେ ସିରିଜ ଦୁର୍ଘଟଣା ଘଟାଇଲା ଟ୍ରିପର । ଫଳରେ ପାଞ୍ଚ ଜଣ ଆହତ ହୋଇଛନ୍ତି । ତେବେ ଗୋଟିଏ ପରେ ଗୋଟିଏ…
ଜଳିଗଲା ସ୍କୁଲ ବସ adv- ଅନୁଗୁଳ – ଅନୁଗୁଳ ଉପକଣ୍ଠ ପଞ୍ଚମହଲା ସ୍ଥିତ ଆଦର୍ଶ ଇଞ୍ଜିନିୟରିଂ କଲେଜର ବସ୍ରେ ସର୍ଟ ସର୍କିଟ୍ ଯୋଗୁଁ ଦୁଇଟି ବସରେ ଅଗ୍ନିକାଣ୍ଡ ହୋଇଥିବା ବେଳେ ଗୋଟିଏ…
ସ୍ବାମୀଙ୍କ ସହ ମୋଟରସାଇକେଲରେ ଯାଉଥିଲେ ମହିଳା- ପଡିଯିବା ପରେ ଚଢିଗଲା ଟ୍ରକ୍ ଅନୁଗୋଳ – ସ୍ୱାମୀ ସହ ଚାଷ କାମକୁ ଯାଉଥିବା ବେଳେ ହମ୍ପସରେ ମୋଟରସାଇକେଲରୁ ପଡିଗଲେ ସ୍ତ୍ରୀ । ସଙ୍ଗେ ସଙ୍ଗେ ପଛରେ ଆସୁଥିବା ଟ୍ରକ ତାଙ୍କ ଉପରେ…