ଯୋଗାଣ ନିରୀକ୍ଷକ ବବିଲତା ବେହେରା ଚାକିରୀରୁ ବହିଷ୍କୃତ

ଅନୁଗୁଳ – ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଚାକିରୀରୁ ମୁଖ୍ୟମନ୍ତ୍ରୀ ବହିଷ୍କାର କରିଛନ୍ତି । ବବିଲତା ବର୍ତ୍ତମାନ ବାରିପଦା ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ଯୋଗାଣ ନିରୀକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି ।

ସୂଚନାଯୋଗ୍ୟ ଯେ, କଣିହାଁ ବ୍ଲକରେ କାର୍ଯ୍ୟରତ ଥିବାବେଳେ ଲାଞ୍ଚ ଗ୍ରହଣ କରିଥିବା ଅଭିଯୋଗରେ ଅନୁଗୁଳ ଜିଲ୍ଲା ଭିଜିଲାନ୍‍ସ ପକ୍ଷରୁ ତାଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଥିଲା । ନିକଟରେ ଅନୁଗୁଳ ଭିଜିଲାନ୍‍ସ ସ୍ପେସାଲ ଜଜ୍‍ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡ ବିଧାନ କରିଥିଲେ । ଦୁର୍ନୀତି ବିରୁଦ୍ଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ୱନ କରୁଥିବା ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ବବିତା ବେହେରାଙ୍କୁ ତୁରନ୍ତ ଚାକିରୀରୁ ବହିଷ୍କାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Advertisement

Leave a Reply

Your email address will not be published. Required fields are marked *