ଅପରାଧ ଗଛରେ ଝୁଲୁଛି ବୃଦ୍ଧଙ୍କ ମୃତଦେହ Angul OnlineJune 21, 2021June 21, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା କଲେଇପଦା ଗ୍ରାମରେ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ମୃତଦେହ ଗଛରେ ଆଜି ଦେଖିବାକୁ ମିଳିଛି । ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ପୁଲିସ ତଦନ୍ତ ଚଳାଇଛି । ସୂଚନା ଅନୁସାରେ ବନ୍ତଳା ଥାନା କଲେଇପଦା ଗ୍ରାମର ରାଜ ମୁଖୀ ଗତକାଲି ଅପରାହ୍ନ ୩ଟା ବେଳକୁ ଶୌଚ ହେବାକୁ ଯାଉଛି କହି ଘରୁ ବାହାରି ଆସିଥିଲେ । ତେବେ ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଘରକୁ ଫେରି ନଥିଲେ। ପରିବାର ଲୋକେ ଖୋଜାଖୋଜି ପରେ ଗତକାଲି ରାତିରେ ତାଙ୍କ ମୃତଦେହ ଗାଁ ନିକଟରେ ଥିବା ଏକ ଗଛରେ ଝୁଲୁଥିବା ଦେଖିବାକୁ ପାଇଥିଲେ। ପରିବାର ଲୋକଙ୍କ ଅଭିଯୋଗ ପରେ ଆଜି ସକାଳେ ବନ୍ତଳା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । Advertisement
୩ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଜଣେ ୩ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ଯୁବକକୁ ଗିରଫ କରିଛି ପୁଲିସ।…
ମହିଳାଙ୍କ ଠାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ ଅନୁଗୁଳ – ଅନୁଗୁଳ ଅବକାରୀ ବିଭାଗକୁ ପୁଣି ମିଳିଛି ଏକ ବଡ଼ ସଫଳତା । ବ୍ରାଉନସୁଗାର ବିକ୍ରି ପାଇଁ ନେଉଥିବା ବେଳେ ଏହି ବେପାରରେ କିଙ୍ଗପିନ କୁହା…
ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଲାଞ୍ଚୁଆ କିରାଣୀ ଅନୁଗୋଳ – ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଜିଲ୍ଲାପାଳ କାର୍ଯ୍ୟାଳୟର ଜୁନିଅର କ୍ଲର୍କ ପଙ୍କଜିନି ବିଶ୍ୱାଳ । ପଙ୍କଜିନି ୨୦୧୭ ମସିହାରେ ଅନୁଗୋଳ ତହସିଲ ଅଫିସରେ କାର୍ଯ୍ୟରତ…