ମୁଖ୍ୟ ଖବର ଗେଷ୍ଟ୍ ହାଉସ ଭିତରୁ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର Angul OnlineOctober 6, 2021October 6, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସମଲ ଥାନା ଅର୍ନ୍ତଗତ ସମଲ ବ୍ୟାରେଜ ଓପିସିଏଲ ଗେଷ୍ଟ୍ ହାଉସରୁ ଜଣେ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ଵର ଜିଲ୍ଲା ଅବଝୁନା ଗ୍ରାମର ସୁଶାନ୍ତ କୁମାର ବଳ ବୋଲି ଜଣା ପଡିଛି । ସୂଚନା ଅନୁସାରେ ସୁଶାନ୍ତ କୁଲେଇ ଠାରେ ଥିବା ଓପିସିଏଲ ନାମକ ଘରୋଇ ଜଳ ବିଦ୍ୟୁତ କେନ୍ଦ୍ରର ସମଲ ବ୍ୟାରେଜ ଠାରେ ଥିବା କମ୍ପାନୀ କାର୍ଯ୍ୟାଳୟ ଗେଷ୍ଟ ହାଉସରେ ରୋଷେୟା ଭାବରେ କାର୍ଯ୍ୟରତ ଥିଲେ । ଆଜି ଗେଷ୍ଟ ହାଉସ ଭିତରେ ତାଙ୍କ ମୃତଦେହ ପଡିଥିବା ଖବର ଜଣା ପଡିଥିଲା । ଖବର ପାଇ ପୁଲିସ ଓ ଓପିସିଏଲ କର୍ତ୍ତୃପକ୍ଷ ପରିବାରଙ୍କ ଉପସ୍ଥିତିରେ ମୃତ ଦେହକୁ ଉଦ୍ଧାର କରାଯାଇଥିଲା । ତେବେ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା ଯେ , ସୁଶାନ୍ତଙ୍କ ଦେହ ଖରାପ ଥିବା ବେଳେ କୌଣସି କର୍ମଚାରୀ ତାଙ୍କୁ ମେଡିକାଲକୁ ନେଇ ନଥିଲେ । ତେଣୁ ଆଜି ତାଙ୍କ ମୃତ୍ୟୁ ହୋଇ ଥାଇପାରେ ବୋଲି ସନ୍ଦେହ କରାଯାଉଛି । Advertisement
ମୁଖ୍ୟ ଚିକିତ୍ସାଳୟ ଉପର ମହଲାରୁ ପଡି ରୋଗୀ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଛାତରୁ ଡେଇଁ ରୋଗୀ ମୃତ । ତେବେ ଏହା ଆତ୍ମହତ୍ୟା ନା ଦୁର୍ଘଟଣା ସ୍ପଷ୍ଟ ହୋଇ ପାରି ନାହିଁ…
ମାଲିକାଣୀକୁ ହତ୍ୟା କରି ଘରୁ ଲୁଟ କଲା ଡ୍ରାଇଭର ଅନୁଗୁଳ – ଅନୁଗୁଳ ଜିଲ୍ଲା କଣିହାଁ ଥାନା କୁମୁଣ୍ଡା ଗାଁରେ ମାଲିକାଣୀକୁ ହତ୍ୟା କରି ଟଙ୍କା ସୁନା ଲୁଟ କଲା ଡ୍ରାଇଭର । ରାତିରେ ଘରେ ଅନ୍ୟ…
ବସ ଟ୍ୟାଙ୍କର ମୁହାଁ ମୁହିଁ ଧକ୍କା – ୨୫ ଆହତ ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ଦେଇ ଯାଇଥିବା ଜାତୀୟ ରାଜପଥ ୧୪୯ର ବତିସୁଆଁ ଗ୍ରାମ ନିକଟରେ ଏକ ବସ ଓ ଟ୍ୟାଙ୍କର ମଧ୍ୟରେ ମୁହାଁ ମୁହିଁ…