ଆଞ୍ଚଳିକ କେନାଲରୁ ନାବାଳକର ମୃତଦେହ ଉଦ୍ଧାର Angul OnlineNovember 3, 2022November 3, 2022 ଅନୁଗୁଳ – ଅନୁଗୁଳ ସହର ଅମଲାପଡା ଦେଇ ଯାଇଥିବା କେନାଲରୁ ଆଜି ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରା ଯାଇଛି । ମୃତ ନାବାଳକ ଜଣଙ୍କ ପଶ୍ଚିମବଙ୍ଗ ମେଦିନିପୁର ଅଞ୍ଚଳର ଶଙ୍କର ଶେଖରଙ୍କ ପାଞ୍ଚ ବର୍ଷର ପୁଅ ଚିକୁ ଶେଖର ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ଶଙ୍କର ଯାଯାବର ସମ୍ପ୍ରଦାୟର ହୋଇଥିବା ବେଳେ ଅନୁଗୁଳ ଟାଉନ ହାଇସ୍କୁଲ ପାଖରେ ରୁହନ୍ତି । ଗତକାଲି ଦିନ ପ୍ରାୟ ୧ ଟା ବେଳୁ ଚିକୁ ଘରୁ କେଉଁଆଡ଼େ ଚାଲି ଆସିଥିଲେ । ତେବେ ଅପରାହ୍ନ ସୁଦ୍ଧା ନ ଫେରିବାରୁ ପରିବାର ଲୋକ ଖୋଜାଖୋଜି କରିଥିଲେ ହେଁ କୌଣସି ସନ୍ଧାନ ମିଳି ପାରି ନଥିଲା । ଆଜି ସକାଳେ ତାଙ୍କ ମୃତଦେହ କେନାଲରେ ଭାସୁଥିବା ଦେଖି ଲୋକ ପୁଲିସକୁ ସୂଚନା ଦେଇଥିଲେ । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଦମକଳ ବାହିନୀ ସହାୟତାରେ ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି । ତେବେ କୌଣସି କାରଣରୁ ଚିକୁ ପାଣିରେ ଖସି ପଡି ଆଉ ବାହାରି ନ ପାରିବାରୁ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । Advertisement
ଘରୋଇ ବିଦ୍ୟାଳୟ ବିରୋଧରେ ଦାବିପତ୍ର ଅନୁଗୁଳ – ଓଡିଶା ଅଭିବକ ମହାସଂଘ ଅନଗୁଳ ଶାଖା ପକ୍ଷରୁ ଜିଲ୍ଲା ସଂଯୋଜକ ସଂଜୀବ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର…
ତାଳଚେର ବସ୍ ମାଲିକ ସଂଘର ନୂତନ କର୍ମକର୍ତା ଚୟନ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ବସ୍ ମାଲିକ ସଂଘର ଆଗାମୀ ୨୦୨୬-୨୭ ମସିହା ପାଇଁ ନୂତନ କର୍ମକର୍ତା ଚୟନ ହୋଇଯାଇଛି । ବସଷ୍ଟାଣ୍ଡ ସ୍ଥିତ ସଂଘ…
ସ୍ୱାଧୀନତା ଦିବସରେ ସ୍ୱଚ୍ଛତାର ବାର୍ତା ଅନୁଗୁଳ – ଆଜି ସ୍ୱାଧୀନତା ଦିବସ ଅବସରରେ ସ୍ୱଚ୍ଛତାର ସଚେତନତାର ବାର୍ତା ଦେବାକୁ ଅଣ୍ଟା ଭିଡ଼ିଛି ଅନୁଗୁଳ ବ୍ଲକ ପୁରୁଣାଗଡ଼ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ।…