Uncategorized ହାତ ଗୋଡ ବନ୍ଧା ଅବସ୍ଥାରେ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର Angul OnlineSeptember 7, 2022September 7, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଗହମ ଅଞ୍ଚଳ ଦେଇ ବହି ଯାଇଥିବା ବ୍ରାହ୍ମଣୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରା ଯାଇଥିଲା । ହାତ ଗୋଡ଼ ବନ୍ଧା ଅବସ୍ଥାରେ ନଦୀରେ ଭାସି ଯାଉଥିବା ବେଳେ ସ୍ଥାନୀୟ ଲୋକ ଉଦ୍ଧାର କରି ପୁଲିସକୁ ସୂଚନା ଦେଇଥିଲେ । ତେବେ ମୃତ ଯୁବକ ଜଣଙ୍କ ଖମାର ଥାନା ଭାଲୁକି ଅଞ୍ଚଳର ସୁଶାନ୍ତ ସାହୁ ବୋଲି ଜଣା ପଡ଼ିଛି । ଗତ କିଛି ଦିନ ହେଲା ସେ ନିଖୋଜ ଥିବା ଖମାର ଥାନାରେ ଅଭିଯୋଗ ହୋଇଥିଲା । ତେବେ ଆଜି ମୃତଦେହ ମିଳିବା ପରେ ତାଙ୍କୁ ହତ୍ୟା କରାଯାଇ ନଦୀରେ ଫିଙ୍ଗି ଦିଆ ଯାଇଥିବା ସନ୍ଦେହ କରା ଯାଉଛି । ସୁଶାନ୍ତଙ୍କ ହାତ ଗୋଡ଼ ଲୁହାତାର ରେ ବନ୍ଧା ଯାଇଥିବା ବେଳେ ଏକ ପଥରରେ ବନ୍ଧା ଯାଇଛି । ଯେଉଁଥି ପାଇଁ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅନୁମାନ କରା ଯାଉଛି । ସୁଶାନ୍ତଙ୍କ ଜମିବାଡିକୁ ନେଇ ତାଙ୍କ ଗାଁର ଅନ୍ୟ ଏକ ପରିବାର ସହ ଝଗଡା ଥିଲା । ଏହି ଝଗଡା ପାଇଁ ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି । Advertisement
ମିସେସ ଇଣ୍ଡିଆ ଆର୍ଥ ପ୍ରତିଯୋଗିତାରେ ରୂପାଲିଙ୍କ ସଫଳତା ତାଳଚେର – ଅନୁଗୁଳ ତାଳଚେରରେ ଜନ୍ମିତ ଓଡିଆ ଝିଅ ରୂପାଲି ଶ ମିସେସ ଇଣ୍ଡିଆ ଆର୍ଥ ପ୍ରତିଯୋଗିତାରେ ଭାଗ ନେଇ ଦ୍ଵିତୀୟ ହେବା ସହ ମିସେସ ଚାର୍ମିଙ୍ଗ…
ନବୀନ ଜିନ୍ଦଲଙ୍କ ଜନ୍ମଦିନ, ଫିଟନିସ୍ ଦିବସ ଭାବେ ପାଳିତ ଅନୁଗୁଳ-ଜିନ୍ଦଲ ଷ୍ଟିଲ୍ ଆଣ୍ଡ୍ ପାୱାର (ଜେଏସପି)ର କର୍ମଚାରୀମାନେ ସ୍ଥାନୀୟ ସମ୍ପ୍ରଦାୟର ସଦସ୍ୟମାନଙ୍କ ସହିତ ଏକତ୍ରିତ ହୋଇ ଜେଏସପିର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ଜନ୍ମଦିନ ବେଶ ଧୂମଧାମରେ…
ବିଜେଡ଼ିର ମିଶ୍ରଣ ପର୍ବ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଦଳ ଛାଡି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ଛେଣ୍ଡିପଦା ନିର୍ବାଚନ…