ମୁଖ୍ୟ ଖବର ନଦୀରେ ଫୋପାଡି ଦେଲେ ମୃତ ଶିଶୁକନ୍ୟା Angul OnlineAugust 29, 2022August 29, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ରାଇପାଳ ଗ୍ରାମ ନିକଟଦେଇ ବହି ଯାଇଥିବା ଆଉଁଳି ନଦୀରୁ ଏକ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁସାରେ ପାତ୍ରପଡା ପଞ୍ଚାୟତ ରାଇପାଳ ଗ୍ରାମ ନିକଟସ୍ଥ ଆଉଁଳି ନଦୀ ପୋଲ ନିକଟରେ ଏକ ନବଜାତ ଶିଶୁକନ୍ୟା ମୃତଦେହ ଭାସୁଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ । ଏହି ଘଟଣା ପ୍ରଚାରିତ ହେବା ପରେ ଶିଶୁକନ୍ୟାକୁ ଦେଖିବା ପାଇଁ ଭିଡ ଜମିଥିଲା । ଆଉଁଳି ନଦୀରେ ଭାସୁଥିବା ମୃତ ନବଜାତ ଶିଶୁକନ୍ୟାଟି ଆଉଁଳି ଗ୍ରାମର ହୋଇଥିବା ବେଳେ ଶିଶୁକନ୍ୟାର ଆଇ ଖବର ପାଇ ଆଉଁଳି ନଦୀରେ ଭାସୁଥିବା ଶିଶୁକନ୍ୟାକୁ ଉଦ୍ଧାର କରି ସେଠାରୁ ନେଇ ଯାଇଥିଲେ । ମୃତ ନବଜାତ ଶିଶୁକନ୍ୟାଟି ଜରପଡା ସ୍ବାସ୍ଥ୍ୟକେନ୍ଦ୍ରରେ ଜନ୍ମ ହୋଇଥିବା ବେଳେ ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ଅନୁଗୋଳ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଥିଲେ । ସେଠାରେ ଚିକିତ୍ସିତ ଅବସ୍ଥାରେ ଶିଶୁର ମୃତ୍ୟୁ ହେବା ପରେ ରାତି ପ୍ରାୟ ୧୨ଟା ବେଳେ ଗାଁକୁ ଆଣିଥିଲେ । ଗାଁକୁ ଆସିବା ବାଟରେ ଆଉଁଳି ନଦୀ ପଡିବାରୁ ସେଠାରେ ନଦୀକୁ ଫୋପାଡି ଦେଇ ଘରକୁ ଯାଇଥିଲେ । ନଦୀ ପାଣିରେ ଶିଶୁଟି ଭାସିଯିବ ଭାବି ଫୋପାଡି ଦେଇଥିଲୁ କିନ୍ତୁ ନଭାସି କୂଳରେ ଲାଗିଯାଇଥିଲା ବୋଲି ଶିଶୁକନ୍ୟାର ଆଈ କହିଛନ୍ତି । ତାକୁ ଏବେ ନେଇ ପୋତି ଦେବେ ବୋଲି ସେ ପ୍ରକାଶ କରିଛନ୍ତି । Advertisement
ବରିଷ୍ଠ ଡାକ୍ତରଙ୍କ ପରରୋକ ଅନୁଗୁଳ – ଅନୁଗୁଳ ଜିଲ୍ଲା ଡାକ୍ତରଖାନାର ବରିଷ୍ଠ ଡାକ୍ତର ଆରକେଏସ ମହାପାତ୍ରଙ୍କ ଆଜି ହୃଦଘାତରେ ମୃତ୍ୟୁ ହୋଇଛି । ଆଜି ସକାଳେ ସେ ଏକ ଘରୋଇ କ୍ଲିନିକରେ…
କୋଇଲା ଚୋରା ଚାଲାଣ ଅଭିଯୋଗରେ କୋଟିପତି ହୋମଗାର୍ଡ ଗିରଫ ଅନୁଗୁଳ – ଅନଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ପୁଲିସ ଚୋରା କୋଇଲା ଚାଲାଣ ଅଭିଯୋଗରେ ଆଜି ଜଣେ ହୋମଗାର୍ଡଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।…
ଉଦଘାଟନ ହେବ ଅତ୍ୟାଧୁନିକ ବସ ଟର୍ମିନାଲ !! ଅନୁଗୁଳ – ବର୍ଷ ପରେ ବର୍ଷ ଗଡ଼ି ଚାଲିଛି । ହେଲେ ସରିବାର ନାଁ ନେଉନି ଅନୁଗୁଳରେ ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ବସ୍ ଟର୍ମିନାଲ୍ କାର୍ଯ୍ୟ ।…