ଅପରାଧମୁଖ୍ୟ ଖବର ନିଖୋଜ ନାବଳକକୁ ବଳି ସନ୍ଦେହ – ପୁଲିସ ଗାଡି ଜାଳିଦେଲେ ଉତ୍ତ୍ଯକ୍ତ ଲୋକେ Angul OnlineJuly 28, 2023July 28, 2023 ଅନୁଗୋଳ – ଆଠମଲ୍ଲିକ ବାରିଣୀ ଜଙ୍ଗଲରୁ ନାବାଳକଙ୍କ କ୍ଷତ ବିକ୍ଷତ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ନାବାଳକ ଜଣଙ୍କ ଗୋଡ଼ ହାତ ଆଦି ନଥିବା ବେଳେ ବଳି ଦିଆ ଯାଇଥିବା ସନ୍ଦେହ କରାଯାଉଛି । ସୂଚନା ଅନୁସାରେ ଗତ ୨୩ ତାରିଖରେ ବାସନ୍ତୀ ବିଶ୍ୱାଳ ନାମକ ଜଣେ ମହିଳାଙ୍କ ୧୪ ବର୍ଷୀୟ ପୁଅ ସଞ୍ଜିତ ବିଶ୍ବାଳଙ୍କ ଦେହ ସବୁବେଳେ ଖରାପ ରହୁଥିବାରୁ ଟୁସର ଗାଁକୁ ଆସିଥିଲେ । ସେଠାରେ ଥିବା ମା ମଙ୍ଗଳା ପ୍ରତ୍ୟକ୍ଷ ଥିବାରୁ ପୂଜାର୍ଚ୍ଚନା କରିବା ସହ ରାତିରେ ମଙ୍ଗଳା କୋଠିରେ ମା-ପୁଅ ଅଧିଆ ପଡ଼ିଥିଲେ । ରାତିରେ ଶୋଇଥିବା ବେଳେ ସକାଳୁ ଉଠି ବାସନ୍ତୀ ଦେଖିବା ବେଳକୁ ତାଙ୍କ ପୁଅ ନଥିଲେ । ଖୋଜାଖୋଜି କରିବା ପରେ ମଧ୍ୟ ପୁଅ ସଞ୍ଜିତ ନ ମିଳିବା ପରେ କିଆକଟା ଥାନାରେ ପୁଅ ନିଖୋଜ ନେଇ ଅଭିଯୋଗ କରିଥିଲେ । ତେବେ ଆଜି ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ମିଳିଥିଲା । ମୃତ ଦେହ ଝୁଲୁଥିବା ବେଳେ ତାର ଗୋଡ଼ ଓ ହାତ ନଥିଲା । ଯାହାକୁ ଦେଖି ଏହା ବଳି ପାଇଁ ହତ୍ୟା କରା ଯାଇଥିବା ସନ୍ଦେହ କରା ଯାଉଛି । ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକ ବାରିଣୀ ଛକଠାରେ ଆଠମଲ୍ଲିକ-କିଆକଟା ରାସ୍ତା ଅବରୋଧ କରିଛନ୍ତି । ରାସ୍ତାରୋକ ବେଳେ ପୁଲିସ ଗାଡି ଜାଳି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକ । ଖବର ଲେଖାଯିବା ସୁଦ୍ଧା ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି । https://angulonline.com/odia/wp-content/uploads/2023/07/WhatsApp-Video-2023-07-28-at-15.14.52.mp4 Advertisement
ବାର୍ହା ଶିକାର କରିବାକୁ ନିଜେ ଶିକାର ହୋଇଗଲେ ଶିକାରୀ ଆଠମଲ୍ଲିକ – ବାର୍ହା ଶିକାର କରିବାକୁ ଯାଇ ପ୍ରାଣ ହରାଇଲେ ଶିକାରୀ । ଆଠମଲ୍ଲିକ ବନଖଣ୍ଡ ହଣ୍ଡପା ରେଞ୍ଜର କୁରୁମଟାପ ଜଙ୍ଗଲ ଏଭଳି ଘଟଣା ଘଟିଛି ।…
ତିନି ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ – ଦୁଇ ଗିରଫ ଅନୁଗୁଳ – ଅନୁଗୁଳ ରେଳ ଷ୍ଟେସନ ନିକଟରୁ ୩ ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ । ଗଞ୍ଜେଇ ଚାଲାଣ ଅଭିଯୋଗରେ ଦୁଇ…
ଦୁଷ୍କର୍ମକାରୀକୁ ୧୦ ବର୍ଷ କାରାଦଣ୍ଡ ଅନୁଗୁଳ – ୨୦୧୭ ମସିହା ଅକ୍ଟୋବର ୮ ତାରିଖରେ ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ମଙ୍ଗଳବାର ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟରେ…