ମୁଖ୍ୟ ଖବର ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର Angul OnlineNovember 21, 2024November 21, 2024 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ଦେଇ ଯାଇଥିବା ଛେଣ୍ଡିପଦା ଅନୁଗୁଳ ୬୩ନଂ ରାଜ୍ୟ ରାଜପଥର କୁକୁରପେଟା ଡ୍ୟାମ ନିକଟସ୍ଥ ରାସ୍ତା ପାର୍ଶ୍ଵରୁ ସନ୍ଦେହ ଜନକ ଅବସ୍ଥାରେ ଜଣେ ଯୁବକଙ୍କ ମୃତ ଦେହ ପୁଲିସ ଉଦ୍ଧାର କରିଛି । ମୃତ ଯୁବକ ଜଣଙ୍କ ହେଲେ କୁଣ୍ଢେଇଗୋଳା ଥାନା ଦଲକ ଅଞ୍ଚଳର ବୁଦ୍ଧ ବେବ ନାଏକ ବୋଲି ଜଣାପଡିଛି । ପୁଲିସ ସୂତ୍ରରୁ ପ୍ରକାଶ ଦଲକ ଗାଁର ବୁଦ୍ଧଦେବ ନାଏକ ଶୁଶୁର ଘର ବାଲିନାଳୀ ଗାଁକୁ ସମ୍ପର୍କୀୟଙ୍କ ଜନ୍ମ ଦିନରେ ଯୋଗ ଦେବା ପାଇଁ ଆସିଥିବା ବେଳେ ବସରେ ଘରକୁ ଯିବା ପାଇଁ ରାସ୍ତାରେ ବସ ଷ୍ଟାଣ୍ଡ ନିକଟକୁ ଚାଲି ଚାଲି ଆସୁଥିଲେ । କିନ୍ତୁ ସକାଳେ ୬୩ନଂ ରାଜ୍ୟ ରାଜପଥର କୁକୁରପେଟା ଡ୍ୟାମ ନିକଟରେ ତାଙ୍କର ମୃତ ଦେହ ପଡ଼ିଥିବା ଖବର ପାଇ ଛେଣ୍ଡିପଦାକୁ ଥାନା ପୁଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ କରିଛି । ପ୍ରାଥମିକ ତଦନ୍ତରୁ ତଥା ପାରିପାର୍ଶ୍ଵିକ ସ୍ଥିତିରୁ ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଥିବା ପୁଲିସ ସନ୍ଦେହ କରିଛି । ଏନେଇ ଛେଣ୍ଡିପଦା ଥାନା ପୁଲିସ ଏକ ମାମଲା ରୁଜୁ କରିବା ସହିତ ଯୁବକଙ୍କ ମୃତ ଦେହକୁ ଜବତ କରି ଛେଣ୍ଡିପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣି ବ୍ୟବଚ୍ଛେଦ କରାଇବା ସହିତ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । Advertisement
ବରିଷ୍ଠ ବିଜେଡି ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା – ଅଭିଯୁକ୍ତ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋ ଥାନା ବଳରାମ ପ୍ରସାଦ ଗାଁରେ ମଙ୍ଗଳବାର ସକାଳ ପ୍ରାୟ ୭ଟା ବେଳେ ଏକ ହତ୍ୟାକାଣ୍ଡ ଘଟି ଯାଇଚି । ଗାଁର…
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଫାଣ୍ଡି ଆଗରେ ଯୁବକଙ୍କୁ ନିସ୍ତୁକ ମାଡ଼ – ପୁଲିସ ସାଜିଲା ଦେଖଣାହାରୀ ଅନୁଗୁଳ – ରୋଗୀଙ୍କ ସମ୍ପର୍କୀୟଠାରୁ ଟଙ୍କା ଠକେଇ କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା । ଧରା ପଡ଼ିବା ପରେ ନିସ୍ତୁକ ପିଟିଲେ ଲୋକ । ଅନୁଗୁଳ ଜିଲ୍ଲା ମୁଖ୍ୟ…
ଅନୁଗୁଳକୁ ଆସିଲା ଐରବତ – ରାଜ୍ୟର ପ୍ରଥମ ଅନୁଗୁଳ – ଅନୁଗୁଳ ଜଙ୍ଗଲ ବିଭାଗକୁ ଆସିଛି ଏକ ସ୍ବତନ୍ତ୍ର ଟ୍ରକ୍ ‘ଐରାବତ’। ଏହାକୁ ଅନୁଗୁଳ ତଥା ରାଜ୍ୟର ଅନ୍ୟ ଜିଲ୍ଲାରେ ହାତୀ ସ୍ଥାନାନ୍ତର ପାଇଁ ବ୍ୟବହାର…