ଆଞ୍ଚଳିକ ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର Angul OnlineSeptember 11, 2021September 11, 2021 ପାଲଲହଡା – ଅନୁଗୁଳ ଜିଲ୍ଲା ପାଳଲହଡା ବ୍ଲକ ଖମାର ରେଞ୍ଜ ବାଲିପଶି ଗାଁ ନିକଟସ୍ଥ ଖସଡ଼ା ଜଙ୍ଗଲରେ ଏକ ଦନ୍ତାହାତୀ ର ଗଳିତ ମୃତଦେହ ଠାବ ହୋଇଛି । ମୃତ ଦନ୍ତାହାତୀର ବୟସ କୋଡିଏ ରୁ ପଚିଶ ବର୍ଷ ହେବ ବୋଲି ବନବିଭାଗ ଅନୁମାନ କରୁଛି । ତେବେ ବାରହା ଶିକାର ପାଇଁ ଜଙ୍ଗଲରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ହୋଇଥିବା ନେଇ ଦେବଗଡ଼ ଡି ଏଫ ଓ କ୍ଷମା ଷଡଙ୍ଗୀ ସୂଚନା ଦେଇଛନ୍ତି । ତେବେ କିଛି ଦିନ ତଳୁ ହାତୀର ମୃତ୍ୟୁ ହୋଇଥିବା ବେଳେ ହାତୀଟିର ଦୁଇଟି ଯାକ ଦାନ୍ତ ସୁରକ୍ଷିତ ରହିଛି । ଡିଏଫଓ ଙ୍କ ସମେତ ଖମାର ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । Advertisement
ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଅନୁଗୁଳ – ଅନୁଗୁଳ ବନଖଣ୍ଡ ଅଧୀନରେ ଆସୁଥିବା ମୂଷାପାପୁଲି ଗ୍ରାମବାସୀ ଫସଲକୁ ବଞ୍ଚେଇବା ପାଇଁ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ସୂଚନା ଅନୁସାରେ, ମୂଷାପାପୁଲି…
ସଡକ ଦୁର୍ଘଟଣାରେ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ଅନୁଗୋଳ – ଅନୁଗୋଳ ଜିଲ୍ଲା ଜେ ଏସ ପି ପ୍ଲାଣ୍ଟ ପରିସରରେ ସଡକ ଦୁର୍ଘଟଣାରେ ଜଣେ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ହୋଇଯାଇଛି । ମୃତକ ଜଣଙ୍କ ଅନୁଗୋଳ…
ମା’ ବାସନ୍ତୀଙ୍କ ପୂଜା ଅନୁଷ୍ଠିତ ଅନୁଗୁଳ – ଅନୁଗୁଳ ଅମଲାପଡାସ୍ଥିତ ମା ବାସନ୍ତୀ ଦୁର୍ଗାଙ୍କର ଆଜି ଷଷ୍ଠୀ ପୂଜା ଆରମ୍ଭ ହୋଇଛି । ବର୍ତ୍ତମାନ ସ୍ଥିତିରେ ଲାଗି ରହିଥିବା ମହାମାରୀ କରୋନା ଯୋଗୁଁ…