ମୁଖ୍ୟ ଖବର ବସ ଟ୍ୟାଙ୍କର ମୁହାଁ ମୁହିଁ ଧକ୍କା – ୨୫ ଆହତ Angul OnlineJuly 13, 2022July 13, 2022 ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ଦେଇ ଯାଇଥିବା ଜାତୀୟ ରାଜପଥ ୧୪୯ର ବତିସୁଆଁ ଗ୍ରାମ ନିକଟରେ ଏକ ବସ ଓ ଟ୍ୟାଙ୍କର ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବା ଫଳରେ ବସରେ ଥିବା ୨୫ ରୁ ଉର୍ଦ୍ଧ ଯାତ୍ରୀ ଆହତ ହୋଇଥିବା ଜଣା ପଡିଛି । ସୂଚନା ଅନୁସାରେ ଅପରାହ୍ନ ପରାଟ ୩.୪୫ ସମୟରେ ପାଲଲାହାଡ ପଟରୁ ଅନୁଗୁଳ ଆଡକୁ ଯାଉଥିବା OSRTC ର ଏକ ଯାତ୍ରୀବାହି ବସକୁ ସାମନାରୁ ଆସୁଥିବା ଏକ ଟ୍ୟାଙ୍କର ଧକ୍କା ଦେଇଥିଲା । ଖବର ପାଇ ପାଲଲହଡା ଦମକଳ ବିଭାଗ ପହଞ୍ଚିବା ସହ ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ବସ ଯାତ୍ରୀଙ୍କୁ ପାଳଲହଡା ଉପଖଣ୍ଡ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ପ୍ରାୟ ୨୫ ଜଣ ଆହତ ହୋଇଥିବା ଜଣା ପଡିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ରାସ୍ତାରୁ ହଟାଇବା ସହ ଅଧିକ ତଦନ୍ତ କରୁଛି I Advertisement
ଘରୁ ଘୋଷାଡ଼ି ଆଣିଲା ହାତୀ – ସ୍ତ୍ରୀ ମୃତ ସ୍ଵାମୀ ଗୁରୁତର ତାଳଚେର – ଘରେ ଶୋଇଥିବା ବେଳେ ଘର ଭାଙ୍ଗିବା ସହ ଦମ୍ପତ୍ତିଙ୍କୁ ହାତୀ ଘୋଷାଡ଼ି ଆଣିଲା । ଆଉ ଏହି ହାତୀ ଆକ୍ରମଣ ଫଳରେ ଘଟଣା ସ୍ଥଳରେ…
ପୁଲିସ ଫାୟାରିଂ ରେଞ୍ଜରୁ ଗୁଳି ଗାଁରେ – ଲୋକେ ଆତଙ୍କିତ ଅନୁଗୋଳ – ଅନୁଗୋଳ ସରଧାପୁର ଗାଁ ଜଙ୍ଗଲରେ ଥିବା ପୁଲିସ ଫାୟାରିଂ ରେଞ୍ଜର ଗୁଳି ଶନିବାର ସକାଳେ ଗାଁରେ ପହଞ୍ଚିଛି । ସୂଚନା ଅନୁସାରେ, ସକାଳେ ଗାଁର…
ଜାଣନ୍ତୁ ମୋହନ ମାଝୀଙ୍କ ରାଜନୈତିକ ଯାତ୍ରା ଭୁବନେଶ୍ଵର-ଦୀର୍ଘ ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂତନ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେଡିର ଗଡ ଭାଙ୍ଗି ନୂତନ ସରକାର ଗଠନ କରିବାକୁ ଯାଉଥିବା ବିଜେପି ମୋହନ…