ମୁଖ୍ୟ ଖବର ଦୁର୍ଘଟଣାରେ ଏମ.ପି.ଙ୍କ ଅଫିସ ଆସିଷ୍ଟାଣ୍ଡ ମୃତ Angul OnlineNovember 20, 2021November 20, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ବାଇପାସ ସ୍ଥିତ ସୂର୍ୟା ଗାର୍ଡେନ ହୋଟେଲ ସମ୍ମୁଖରେ ଏକ ସ୍କୁଟିକୁ ପଛପଟୁ ଏକ ଟ୍ରକ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ପବିତ୍ରନଗର ଅଞ୍ଚଳର ସୁଶାନ୍ତ ପ୍ରଧାନ । ସେ ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ଥର୍ମାଲ ସ୍ଥିତ ଆବାସିକ କାର୍ଯ୍ୟାଳୟରେ ସହାୟକ ଭାବେ କାର୍ଯ୍ୟରତ ଥିଲେ । ସୂଚନା ଅନୁଯାୟୀ ସୁଶାନ୍ତ ନିଜ ମାଙ୍କ ପାଇଁ ମେଡ଼ିସିନ ନେଇ ସ୍କୁଟିରେ ଘରକୁ ଫେରୁଥିବା ବେଳେ ଟ୍ରକଟି ତାଙ୍କୁ ପଛରୁ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ତାଳଚେର ପୁଲିସ ପହଁଚି ମୃତଦେହ ଜବତ କରିବା ସହ ଦୁର୍ଘଟଣା ଘଟାଇ ଥିବା ଟ୍ରକକୁ ଜବତ କରିଛି । ସୁଶାନ୍ତ ଜଣେ ମେଳାପୀ ଓ ପରୋପକାରୀ ଯୁବକ ଥିଲେ । ତାଙ୍କ ମୃତ୍ୟୁରେ ସାଂସଦ ମହେଶ ସାହୁ ଶୋକ ବ୍ୟକ୍ତ କରିବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । Advertisement
୫୫ ବର୍ଷୀୟ ପୁଅକୁ ଟାଙ୍ଗିଆରେ ହାଣି ହତ୍ୟା କଲା ୮୫ ବର୍ଷୀୟ ବାପ ପାଲଲହଡା – ଅନୁଗୁଳ ଜିଲ୍ଲା ଖମାର ଥାନା ମୁଣ୍ଡୁରିବେଡା ଗାଁରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟି ଯାଇଛି । ସାମନ୍ୟ କଥାକୁ ନେଇ ୮୫ ବର୍ଷୀୟ ବାପ…
ଛୁଆ ହାତୀର ମୃତଦେହ ଠାବ ଅନୁଗୋଳ – ଅନୁଗୋଳ ଜିଲ୍ଲା ବନ୍ତଳା ରେଞ୍ଜ ଲବଙ୍ଗୀ -୧ ବିଟର ଜୁକୁବୁ ଠାରେ ଏକ ଛୁଆ ହାତୀର ମୃତଦେହ ଠାବ ହୋଇଛି । ମୃତ ଛୁଆ…
ନବଜାତକର ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳରେ ପୂଣି ଦେଖିବାକୁ ମିଳିଲା ଅଭାବନୀୟ ଘଟଣା । ଅନୁଗୁଳ ସହର ଡେଲି ମାର୍କେଟ ଭିତରୁ ନବଜାତ ଶିଶୁର ମୃତ ଦେହ ପଡିଥିବା ଦେଖିବାକୁ…