ମୁଖ୍ୟ ଖବର ଅଗ୍ନିକାଣ୍ଡରେ ନବସନ୍ଦା କାର୍ଯ୍ୟାଳୟ ଭସ୍ମୀଭୂତ Angul OnlineSeptember 11, 2021September 11, 2021 ଛେଣ୍ଡିପଦା – ଜଳିଗଲା ନବସନ୍ଦାମାନଙ୍କ କାର୍ଯ୍ୟାଳୟ । ଅନୁଗୁଳ ଜିଲ୍ଲା ଛେଣ୍ତିପଦା ତହସିଲ ଅଫିସ ନିକଟରେ ଥିବା ନବସନ୍ଦା କାର୍ଯ୍ୟାଳୟରେ ଭୋର ୩ ଟା ସମୟରେ ଅଗ୍ନିକାଣ୍ଡ ହୋଇଥିଲା । ଫଳରେ ସେଠାରେ ଥିବା ୪ ବଖରା ଘରରେ ଜଳି ଯାଇଛି । ଅଗ୍ନିକାଣ୍ଡ ଦେଖି ସ୍ଥାନୀୟ ଲୋକେ ଅଗ୍ନୀଶମ ବାହିନୀକୁ ଖବର ଦେଇ ଥିଲେ । ଖବର ପାଇ ଅଗ୍ନୀଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ । କିନ୍ତୁ ସେତେବେଳକୁ ନବସନ୍ଦା ଘର ଗୁଡିକ ଜଳି ପୋଡି ପାଉଁଶ ହୋଇ ଯାଇଥିଲା । ଅଗ୍ନିକାଣ୍ଡରେ କୌଣସି କାଗଜପତ୍ର କିମ୍ବା ଅନ୍ୟକିଛି ନଷ୍ଟ ହୋଇ ନଥିବା ଜଣା ପଡ଼ିଥିବା ବେଳେ ଅଗ୍ନିକାଣ୍ତର କାରଣ ଜଣା ପଡି ନାହିଁ । Advertisement
ହାତୀ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ପୁଣି ହାତୀ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ବଡ଼କନ୍ତକୁଳ ଗାଁର ମୁନି ପ୍ରଧାନ ଓ ଗୌରୀ…
ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ୍ ଅନୁଗୁଳ – ଅନୁଗୁଳ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ୧୨ ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ ମିଳିଛି । ଅଭୟାରଣ୍ୟର ରେଞ୍ଜ ଅଫିସ ଦକ୍ଷତା ବଢ଼ାଇବା ପାଇଁ ଏସବୁ ଅତ୍ୟାଧୁନିକ…
ଛେଳି ପାଇଁ କୁମ୍ଭୀର ସହ ସଂଘର୍ଷ , ହାତ ହରାଇଲେ ଯୁବକ ଅନୁଗୁଳ – କୁମ୍ଭୀର ମୁହଁରୁ ଛେଳିକୁ ବଞ୍ଚାଇବାକୁ ଯାଇ ହାତ ହରାଇଲେ ଯୁବକ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଝାମ୍ପୁଲି ଗାଁରେ ଘଟିଛି…