ଆଞ୍ଚଳିକ ଆମ୍ବ ଗଛରୁ ପଡି ବୃଦ୍ଧ ମୃତ Angul OnlineJuly 15, 2021July 15, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ପୋକତୁଙ୍ଗା ଗାଁରେ ଆମ୍ବ ଗଛରୁ ପଡି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ସକାଳ ୧୦ ସମୟରେ ପୋକତୁଙ୍ଗା ଗ୍ରାମରେ ଥିବା ଥିବା ଏକ ଆମ୍ବ ଗଛ ରେ ସେହି ଗ୍ରାମର କଇରା ଦେହୁରୀ (୬୮) ଚଢି ଆମ୍ବ ତୋଳୁଥିବା ସମୟରେ ହଠାତ ଖସି ପଡ଼ିଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବନ୍ତଳା ଗୋଷ୍ଟି ସ୍ୱାସ୍ତ୍ୟ କେନ୍ଦ୍ର ଓ ପରେ ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ପରେ ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣା ପଡ଼ିଛି । ଏ ସମ୍ପର୍କରେ ଖବର ଲେଖାଯିବା ସୁଦ୍ଧା ବନ୍ତଳା ଥାନାରେ କୌଣସି ଅଭିଯୋଗ ହୋଇ ନଥିବା ମଧ୍ୟ ଜଣା ପଡିଛି । Advertisement
ଟ୍ରାକ୍ଟର ଓଲଟି ଜଣେ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଗଡ଼ତରାସ ଗାଁରେ ଟ୍ରାକ୍ଟର ଓଲଟି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ସେହି ଗାଁର ବତିଷ୍ଠ ପଟନାୟକ…
ସାତକୋଶିଆ ସାମ୍ବାଦିକ ସଂଘର ନୂତନ କମିଟି ଗଠନ ଅନୁଗୁଳ – ଅନୁଗୁଳ ଜିଲ୍ଲା ସାତକୋଶିଆ ସାମ୍ବାଦିକ ସଂଘର ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଦିନେଶ ଦେହୁରୀଙ୍କ ସଭାପତିତ୍ୱରେ ଏହି ସଭାକାର୍ଯ୍ୟ…
ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଅନୁଗୁଳ – ଅନୁଗୁଳର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ମନ୍ଦରଗିରି ମଠ ଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି…