ଅପରାଧ ଭିନ୍ନକ୍ଷମ ବୃଦ୍ଧ ଜୀବନ୍ତ ଦଗ୍ଧ Angul OnlineNovember 2, 2021November 2, 2021 ବନ୍ତଳା – ଅନୁଗୁଳ ବ୍ଲକ ଶଙ୍ଖପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ନିଆଁ ଲାଗି ଜଣେ ଭିନ୍ନକ୍ଷମ ବୃଦ୍ଧ ଜଳିଯାଇଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ ବନ୍ତଳା ଥାନା ଶଙ୍ଖପୁର ଗ୍ରାମର ୬୩ ବର୍ଷୀୟ କୁମର ଦେହୁରୀ ଦୀର୍ଘ ଦିନ ହେଲା କ୍ୟାନସର ରୋଗରେ ପୀଡ଼ିତ ଥିଲେ । ଏନେଇ ଚିକିତ୍ସା ପରେ ୧୦ ବର୍ଷ ପୂର୍ବରୁ ତାଙ୍କର ଏକ ଗୋଡ଼କୁ କଟାଯାଇଥିଲା । ଫଳରେ ସେହିଦିନ ଠାରୁ ସେ ଗୋଟିଏ ଗୋଡ଼ ହରାଇଥିଲେ । ତେବେ ଆଜି ବିଳମ୍ବିତ ରାତିରେ ସେ ଶୋଇଥିବା କୋଠରୀ ମଧ୍ୟରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ଫଳରେ ସେ ସେଠାରେ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ । ପରିବାର ଲୋକେ ତାଙ୍କୁ ଆଜି ବଡ଼ି ଭୋରରୁ ଚିକିତ୍ସା ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ସେଠାରେ କୁମରଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । Advertisement
ପୁଲିସ ଓ ରାଜସ୍ୱ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ-ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପୁଲିସ ଓ ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ଚାଙ୍ଗୁଡ଼ିଆ ପଞ୍ଚାୟତର କଂକୁରପାଳ ଗ୍ରାମ ବଡଯୋରା ନାଳ ଅବବାହିକାରେ ଚଢାଉ…
ଯୌତୁକ ଦାବିରେ ବଧୂହତ୍ୟା ଅଭିଯୋଗ ଅନୁଗୁଳ – ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ପରଙ୍ଗ ଗ୍ରାମରେ ଯୌତୁକ ପାଇଁ ଜଣେ ବୋହୂକୁ ଶାଶୁ ଘର ଲୋକ ମାରି ଦେଇଥିବା ଅଭିଯୋଗ ହୋଇଛି…
ଏକ ତରଫା ପ୍ରେମରେ ବିଫଳ ହୋଇ ନାବାଳିକାର ତଣ୍ଟି କାଟି ହତ୍ଯା ଅନୁଗୋଳ – ଏକ ପାଖିଆ ପ୍ରେମ ପାଇଁ ହତ୍ୟାକାଣ୍ଡ । ଘରେ ପଶି ନାବାଳିକାର ତଣ୍ଟି କାଟି ହତ୍ୟା କଲା ଯୁବକ । ଏଭଳି ଘଟଣା ଅନୁଗୋଳ…