ଅପରାଧ ଭିନ୍ନକ୍ଷମ ବୃଦ୍ଧ ଜୀବନ୍ତ ଦଗ୍ଧ Angul OnlineNovember 2, 2021November 2, 2021 ବନ୍ତଳା – ଅନୁଗୁଳ ବ୍ଲକ ଶଙ୍ଖପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ନିଆଁ ଲାଗି ଜଣେ ଭିନ୍ନକ୍ଷମ ବୃଦ୍ଧ ଜଳିଯାଇଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ ବନ୍ତଳା ଥାନା ଶଙ୍ଖପୁର ଗ୍ରାମର ୬୩ ବର୍ଷୀୟ କୁମର ଦେହୁରୀ ଦୀର୍ଘ ଦିନ ହେଲା କ୍ୟାନସର ରୋଗରେ ପୀଡ଼ିତ ଥିଲେ । ଏନେଇ ଚିକିତ୍ସା ପରେ ୧୦ ବର୍ଷ ପୂର୍ବରୁ ତାଙ୍କର ଏକ ଗୋଡ଼କୁ କଟାଯାଇଥିଲା । ଫଳରେ ସେହିଦିନ ଠାରୁ ସେ ଗୋଟିଏ ଗୋଡ଼ ହରାଇଥିଲେ । ତେବେ ଆଜି ବିଳମ୍ବିତ ରାତିରେ ସେ ଶୋଇଥିବା କୋଠରୀ ମଧ୍ୟରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ଫଳରେ ସେ ସେଠାରେ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ । ପରିବାର ଲୋକେ ତାଙ୍କୁ ଆଜି ବଡ଼ି ଭୋରରୁ ଚିକିତ୍ସା ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ସେଠାରେ କୁମରଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । Advertisement
ବନ ବିଭାଗ ଅଧିକାରୀ କରୁଥିଲେ ସରକାରୀ ଗାଡ଼ିରେ କାଠ ଚୋରା ଚାଲାଣ – ତଦନ୍ତ କରୁଛନ୍ତି ବରିଷ୍ଠ ଅଧିକାରୀ ଅନୁଗୁଳ – ବନ ବିଭାଗ ଗାଡ଼ିରେ କାଠ ଚୋରା ଚାଲାଣା କରୁଛନ୍ତି ଖୋଦ୍ ବନ ବିଭାଗର ଅଧିକାରୀ । ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ପୁଲିସ ଏହି…
୨ ଲକ୍ଷ ୪୦ ହଜାର ଟଙ୍କା ମୂଲ୍ଯର ବ୍ରାଉନସୁଗାର ଜବତ ଅନୁଗୁଳ – ଅନୁଗୁଳ ଅବକାରି ବିଭାଗ୍କୁ ପୁଣି ଏକ ବ୍ରାଉନସୁଗାର ମାମଲାରେ ସଫଳତା ମିଳିଛି । ଆଜି ଅବକାରି ବିଭାଗର ଅବକାରୀ ଇନ୍ସପେକ୍ଟର ରମ୍ଭା ବାଘ ଏବଂ…
ଜଙ୍ଗଲରେ ଫୁଟାଇଲେ ଗୁଳି – ୫ ଶିକାରୀ ଅଟକ ୧ଚମ୍ପଟ ଅନୁଗୁଳ – ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟର କୋର ଜଙ୍ଗଲ ରାଇଗୁଡାରେ କିଛି ଶିକାରୀ ଶିକାର ପାଇଁ ଗୁଳି ଫୁଟାଇ ଥିବା ବେଳେ ଗୁଳି ଶବ୍ଦକୁ ଆଧାର…