ଅପରାଧ ନାବାଳିକା ଦୁଷ୍କର୍ମକାରୀକୁ ଆଜୀବନ କାରାଦଣ୍ଡାଦେଶ Angul OnlineMay 10, 2022May 10, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ଵତନ୍ତ୍ର ପୋସ୍କୋ କୋର୍ଟରେ ମଙ୍ଗଳବାର ଏକ ଗୁରୁତ୍ଵପୂର୍ଣ୍ଣ ରାୟ ପ୍ରକାଶ ପାଇଛି । ଅନୁଗୁଳ ଜିଲ୍ଲା ଖମାର ଥାନା ଅଞ୍ଚଳରେ ହୋଇଥିବା ୧୩ ବର୍ଷର ନାବାଳିକା ଦୁଷ୍କର୍ମ ଘଟଣାରେ ବାରିହାମୁଣ୍ଡା ଚକ୍ରଧରପୁରର ଗୁରୁ ଚଦ୍ରାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ସ୍ବତନ୍ତ୍ର ପୋସ୍କୋ ଜଜ ଅଗସ୍ତି କୁମାର ସାହୁ । ଅଭିଯୁକ୍ତକୁ ଆଜୀବନ କରାଦଣ୍ଡରେ ଦଣ୍ଡିତ କରିବା ସହ ୨୦ ହଜାର ଜରିମାନା ଅନାଦେୟ ଏକ ବର୍ଷ ସଶ୍ରମ କାରାଦଣ୍ଡ ରାୟ ଶୁଣାଇଛନ୍ତି । ସୂଚନା ଅନୁସାରେ, ୨୦୧୮ ଜୁନ୍ ୧୫ ତାରିଖରେ ୧୩ ବର୍ଷିୟ ନାବାଳିକା ଅପରାହ୍ନରେ ଛେଳି ଚରାଇବାକୁ ଜଙ୍ଗଲକୁ ଯାଇଥିଲେ । ଛେଳି ଚରାଇବା ବେଳେ ଗୁରୁ ଚନ୍ଦ୍ରା ତାଙ୍କ ପଛ ପାର୍ଶ୍ଵରୁ ଆସି ମୁହଁକୁ ଚାପି ଧରି ଜଙ୍ଗଲ ଭିତରକୁ ନେଇଯାଇଥିଲେ । ଜଙ୍ଗଲରେ ନାବାଳିକା ସହ ଦୁଷ୍କର୍ମ କରିଥିଲେ । ପରେ ଏନେଇ ନାବାଳିକା ତାଙ୍କ ବାପାଙ୍କୁ ଅବଗତ କରିବା ପରେ ଖମାର ଥାନାରେ ଘଟଣା ଦିନ ଲିଖିତ ଅଭିଯୋଗ ହୋଇଥିଲା । ଏହି ଘଟଣାରେ ପୁଲିସ ୫୩/୧୮ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରିଥିଲା । ଏହା ପରଦିନ ଅର୍ଥାତ୍ ୧୬ ତାରିଖରେ ଗୁରୁକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା । ଏହି ମାମଲାର ବିଚାର କରାଯାଇ ଅନୁଗୁଳ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋସ୍କୋ କୋର୍ଟ ଜଜ୍ ଅଗସ୍ତ କୁମାର ସାହୁ ମୋଟ ୨୦ ଜଣ ସାକ୍ଷ୍ୟ ପ୍ରମାଣ ଆଧାରରେ ଏହି ରାୟ ଶୁଣାଇଛନ୍ତି । ଏହି ମାମଲାକୁ ପୋସ୍କୋ ସେଶାଲ ପିପି ସରୋଜ କୁମାର ପଟ୍ଟନାୟକ ପରିଚାଳନା କରିଥିଲେ । Advertisement
ଡିକି ଭାଙ୍ଗି ଟଙ୍କା ଲୁଟେରାଙ୍କୁ ଖୁଣ୍ଟରେ ବାନ୍ଧି ନିର୍ଧୁମ ମାଡ଼ ଅନୁଗୁଳ – ଚୋରଙ୍କୁ ବାନ୍ଧି ନିର୍ଧୁମ ପିଟିଲେ ଲୋକ । ଖୁଣ୍ଟ ରେ ବାନ୍ଧିଦେଲେ ଆଉ ତାପରେ ଯିଏ ପାରିଲା ବିଧା , ଆଣ୍ଠୁଆ ମାରି ଚାଲିଲା…
ଆଇଟିଆଇ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସରକାରୀ ଆଇଟିଆଇରେ ଜଣେ ଛାତ୍ରଙ୍କ ମୃତୁକୁ ନେଇ କିଛି ସମୟ ପାଇଁ ଆଇଟିଆଇ ପରିସରରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଥିଲା…
ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – ହତ୍ୟା ଅଭିଯୋଗ ଆଣିଲେ ପରିବାର ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୁଲିସ ଝୁଲନ୍ତା ଅବସ୍ଥାର ଯୁବକଙ୍କ ମୃତ ଦେହ ଉଦ୍ଧାର କରିଛି । ତାଳଚେର ବହ୍ଲର ଛକ ନିକଟସ୍ଥ ମନ୍ଦିର ସାମ୍ନା…