ଅପରାଧମୁଖ୍ୟ ଖବର ଭିଜିଲାନ୍ସ ଜାଲରେ ଆର ଆଇ Angul OnlineMarch 17, 2022March 17, 2022 ଅନୁଗୁଳ – ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଜଣେ ଆରଆଇ ବାବୁ ଧରା ପଡିଛନ୍ତି । ବାବୁ ଜଣଙ୍କ ହେଲେ ଅନୁଗୁଳ ତହସିଲ ଅନ୍ତର୍ଗତ ବନ୍ତଳା ଆର ଆଇ ଜଗବନ୍ଧୁ ନାଏକ । ସୂଚନା ଅନୁସାରେ ବନ୍ତଳା ଅଞ୍ଚଳର ସୁବାଷ ସାହୁ ଜମି ପଟ୍ଟା କରିବାକୁ ଆର ଆଇ ଜଗବନ୍ଧୁ ନାଏକଙ୍କ ପାଖକୁ ଯାଇଥିଲେ । ଆର ଆଇ ଲାଞ୍ଚ ମାଗିବାରୁ ସୁବାଷ ଅନୁଗୁଳ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ । ଆଜି ମଧ୍ୟାହ୍ନ ସମୟରେ ଆର ଆଇ ସୁବାଷଙ୍କ ପାଖରୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଧରିଥିଲା । ଆର ଆଇ ଏହି ଟଙ୍କାକୁ ଜଣେ ସ୍ଥାନୀୟ ଲୋକ ନପନ ସାହୁଙ୍କ ମାଧ୍ୟମରେ ଅଭିଯୋଗ କାରୀ ସୁବାଷ ପାଖରୁ ଆଣିବାକୁ କହିଥିଲେ । ଘଟଣା ସ୍ଥଳରେ ନପନକୁ ମଧ୍ୟ ଭିଜିଲାନ୍ସ କାବୁ କରିଥିଲା । Advertisement
ରାତି ଅଧରେ ରାସଲୀଳା ଉଦ୍ୟମ – ବନ୍ଧା ହେଲା ରଙ୍ଗିଲା ପୁଲିସ ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁଲିସର ଜଣେ କର୍ମଚାରୀଙ୍କ ଏବେ ଏକ ଭିଡିଓ ସାମନାକୁ ଆସିଛି । ଯେଉଁଥିରେ ରାତି ଅଧରେ ଜଣେ ମହିଳାଙ୍କ ଘରକୁ ପୁଲିସ…
ଘର ଭିତରେ ମହିଳାଙ୍କୁ ବାନ୍ଧି ଲକ୍ଷାଧିକ ଟଙ୍କା ମୂଲ୍ୟର ଗହଣା ଓ ଟଙ୍କା ଲୁଟ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଥାନା ଅନ୍ତର୍ଗତ ବାଲୁଙ୍ଗା ଗାଁରେ ଏକୁଟିଆ ଥିବାର ସୁଯୋଗ ନେଇ ଘର ଭିତରେ ଜଣେ ମହିଳାଙ୍କୁ ବାନ୍ଧି ଟଙ୍କା, ସୁନା…
କାରରେ ଗଞ୍ଜେଇ ଚାଲାଣ ବେଳେ କାବୁ କଲା ପୁଲିସ – ଜଣେ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଦେବଗଡ ଛକ ନିକଟରୁ ଏକ ଗଞ୍ଜେଇ ଭର୍ତ୍ତି କାରକୁ ପୁଲିସ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି…