ମୁଖ୍ୟ ଖବର ଜଳିଗଲା ସ୍କୁଲ ବସ Angul OnlineMarch 22, 2022March 22, 2022 adv- ଅନୁଗୁଳ – ଅନୁଗୁଳ ଉପକଣ୍ଠ ପଞ୍ଚମହଲା ସ୍ଥିତ ଆଦର୍ଶ ଇଞ୍ଜିନିୟରିଂ କଲେଜର ବସ୍ରେ ସର୍ଟ ସର୍କିଟ୍ ଯୋଗୁଁ ଦୁଇଟି ବସରେ ଅଗ୍ନିକାଣ୍ଡ ହୋଇଥିବା ବେଳେ ଗୋଟିଏ ବସ ସଂପୂର୍ଣ୍ଣ ଜଳି ଯାଇଛି । ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ସୂଚନା ଅନୁସାରେ , ଆଦର୍ଶ ଇଞ୍ଜିନିୟରିଂ କଲେଜ କ୍ୟାମ୍ପସ୍ରେ ବସ ଗୁଡିକ ଛିଡା ହୋଇଥିବା ବେଳେ ହଠାତ୍ ଗୋଟିଏ ବସ୍ ଜଳିବାକୁ ଲାଗିଥିଲା । କଲେଜ କର୍ମଚାରୀ ମାନେ ନିଆଁକୁ ଆୟତ କରିବାକୁ ଚେଷ୍ଟା କରିବା ବେଳେ ଅନ୍ୟ ଏକ ବସକୁ ମଧ୍ୟ ନିଆଁ ଧରି ଯାଇଥିଲା । ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ । କିନ୍ତୁ ଦୁଇଟି ଯାକ ବସ୍ରେ ନିଆଁ ଲାଗିଥିବାବେଳେ ନିଆଁ ଆୟତ୍ତ କରିବାକୁ ସମୟ ଲାଗିଥିଲା । ଏହି ଅଗ୍ନିକାଣ୍ଡରେ ଗୋଟିଏ ବସ ସଂପୂର୍ଣ୍ଣ ଜଳି ଯାଇଥିବା ବେଳେ ଅନ୍ୟ ବସ ଅର୍ଦ୍ଧାଧିକ ଅଂଶ ଜଳିଯାଇଛି । ଅଗ୍ନିଶମ ବିଭାଗ ପକ୍ଷରୁ ଆଗ୍ନିକ ପରୀକ୍ଷିତ ପ୍ରଧାନ, ରଶ୍ମି ରଞ୍ଜନ ଲେଙ୍କା, ରବୀନ୍ଦ୍ର କୁମାର ନାୟକ, ରଞ୍ଜିତ ରାଉତ, ରଶ୍ମିକାନ୍ତ ବରାଳ, କିଷନ ମିଶ୍ର, ସୁବୋଧ ପ୍ରଧାନ ପ୍ରମୁଖ ନିଆଁ ଲିଭାରେ ସହଯୋଗ କରିଥିଲେ । ସର୍ଟ ସର୍କିଟ୍ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି । Advertisement
ନିଖୋଜ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଠାରେ ଥିବା ନକୁଳଚନ୍ଦ୍ର ମୁକ ବଧିର ବିଦ୍ୟାଳୟର ଜଣେ ନିଖୋଜ ଛାତ୍ରୀଙ୍କ ଆଜି ମୃତଦେହ ଉଧାର…
ତାଳଚେର ସାରକାରଖାନା କାର୍ଯ୍ୟକ୍ଷମ ନେଇ ଧର୍ମେନ୍ଦ୍ରଙ୍କୁ ଜବାବ ମାଗିଲା କଂଗ୍ରେସ ଭୂବନେଶ୍ବର – ଅନୁଗୁଳ ଜିଲ୍ଲା ତାଳଚେର ସାର କାରଖାନା ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ୨୦୧୮ ମସିହା ସେପ୍ଟେମ୍ବର ୨୨ ତାରିଖରେ ଭିତ୍ତିପ୍ରସ୍ତର ସ୍ଥାପନ…
ଗୁଳିବିଦ୍ଧ ହାତୀର ମୃତଦେହ ଉଦ୍ଧାର ଅନୁଗୋଳ – ଅନୁଗୋଳ ଜିଲା ସାତକୋଶିଆ ଡିଭିଜନର ଜିଲିଣ୍ଡା ରେଞ୍ଜ , କଟରଙ୍ଗ ସେକ୍ସନ, ବାଙ୍କଧର ଅଞ୍ଚଳରେ ଦନ୍ତା ହାତୀର ଗଳିତ ମୃତ ଦେହ ଉଦ୍ଧାର ହୋଇଛି…