ଆଞ୍ଚଳିକ ଏସୟୁସିଆଇ କମ୍ୟୁନିଷ୍ଟର ଅନୁଗୁଳ ବନ୍ଦ ଡାକରା Angul OnlineApril 6, 2021April 6, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଟିଟିପିଏସ ପ୍ଲାଣ୍ଟ ବନ୍ଦକୁ ବିରୋଧ ବଢିବାରେ ଲାଗିଛି । ଏହାକୁ ବିରୋଧ କରି ଶାସକ ବିଜେଡି ଦଳ ୧୨ ଘଣ୍ଟିଆ ଅନୁଗୁଳ ବନ୍ଦ ଡାକରା ଦେଇଥିବା ବେଳେ ଆଜି ଏସୟୁସିଆଇ କମ୍ୟୁନିଷ୍ଟ ପକ୍ଷରୁ ମଧ୍ୟ ଅନୁଗୁଳ ଜିଲ୍ଲା ବନ୍ଦ ପାଇଁ ଡାକରା ଦିଆ ଯାଇଛି । କମ୍ୟୁନିଷ୍ଟ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ବନ୍ଦ ପାଳନ ନେଇ ନିଷ୍ପତ୍ତି ନିଆ ଯାଇଥିବା କୁହା ଯାଇଛି । ଉଭୟ ରାଜ୍ଯରେ ଥିବା ବିଜେଡି ସରକାର ଓ କେନ୍ଦ୍ରରେ ଥିବା ବିଜେପି ସରକାରଙ୍କ ଅବହେଳା ପାଇଁ ଏହି ପ୍ଲାଣ୍ଟଟି ଆଜି ବନ୍ଦ ହୋଇଗଲା ବୋଲି ଏସୟୁସିଆଇ ଅଭିଯୋଗ କରିଛି । ତେଣୁ ସେମାନଙ୍କ ଆନ୍ଦୋଳନ , ଉଭୟ ସରକାରଙ୍କ ବିରୁଦ୍ଧରେ ବୋଲି ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରାଯାଇଛି । ସରକାର ଏକ ଚଳନ୍ତା ପ୍ଲାଣ୍ଟକୁ ଜାଣିଶୁଣି ବନ୍ଦ କରି ଦେଇଛନ୍ତି । ଯାହା ଫଳରେ ଲକ୍ଷାଧିକ ଲୋକଙ୍କୁ ରୋଜଗାର ହରାଇବାକୁ ଯାଉଛନ୍ତି । ଏଥିପାଇଁ ଆସନ୍ତା କାଲି ଅନୁଗୁଳ ଜିଲ୍ଲା ବନ୍ଦ ହେବ ବୋଲି ଦଳର କର୍ମକର୍ତ୍ତା କହିଛନ୍ତି । https://angulonline.com/odia/wp-content/uploads/2021/04/WhatsApp-Video-2021-04-06-at-22.51.07.mp4 Advertisement
ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ ଦାବି ଅନୁଗୁଳ – ଗୋବଂଶର ସୁରକ୍ଷା ଓ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ କଠୋର ପଦକ୍ଷେପ ଗ୍ରହଣ କରିବା ସହ ଧର୍ମାନ୍ତରୀକରଣ ବନ୍ଦ କରିବା…
ମୋବାଇଲ୍ ଆପ୍ ଓ ଇଣ୍ଟରନେଟରେ ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟସେବା ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଏବେ ମୋବାଇଲ୍ ଆପ୍ ଓ ଇଣ୍ଟରନେଟରେ ଲୋକଙ୍କୁ ସ୍ୱାସ୍ଥ୍ୟସେବା ମିଳିବ । ଗ୍ରାମାଞ୍ଚଳ ଓ ଉପାନ୍ତ ଅଞ୍ଚଳର ଲୋକଙ୍କୁ ଏଭଳି ସୁବିଧା…
ଟ୍ରେନରେ କୋଇଲା ପରିବହନକୁ ବିରୋଧ – ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲେ ଟ୍ରକ ମାଲିକ ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର ଅଞ୍ଚଳରେ ପ୍ରାୟ ୬ ହଜାର ଟ୍ରକ ଥିବା ବେଳେ ଏହା ଉପରେ ପ୍ରତୀକ୍ଷା ଭାବେ ପ୍ରାୟ ୧୫ ହଜାର ଓ…