ଆଞ୍ଚଳିକ ଚାନ୍ଦା କରି ରାସ୍ତା ମରାମତି କଲେ ଗାଁ ଲୋକ Angul OnlineJuly 5, 2022July 5, 2022 ଆଠମଲ୍ଲିକ – ଅନୁଗୁଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର ବାଘୁଆନାଳି ଗ୍ରାମବାସୀ ରାସ୍ତା ପାଇଁ ବହୁ ଦହଗଞ୍ଜ ହେଉଥିଲେ । ସାମାନ୍ୟ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ପାଣି ଜମି ରହୁଥିଲା । ଯାତାୟାତ ପାଇଁ ବହୁ ଅସୁବିଧା ଭୋଗୁଥିଲେ ଗ୍ରାମବାସୀ । ଏ ନେଇ ଅନେକ ଥର ପ୍ରଶାସନ ନିକଟରେ ଗୁହାରି କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା । ଶେଷରେ ଗ୍ରାମବାସୀ ନିଜ ନିଜ ମଧ୍ୟରେ ଚାନ୍ଦା କରି ରାସ୍ତା ମରାମତି କରିଛନ୍ତି । ବାଘୁଆନାଳି ଗ୍ରାମବାସୀ ଙ୍କ କହିବା କଥା , ପୋକଣ୍ଡାରୁ ବାଘୁଆନାଳି ଗ୍ରାମକୁ ସଂଯୋଗ କରୁଥିବା ୨ କିଲୋମିଟର ମାଟି ରାସ୍ତା ଶୋଚନୀୟ ହୋଇପଡ଼ିଥିଲା । ଏହା ପଞ୍ଚାୟତ ଅଧୀନରେ ରହିଛି । ହେଲେ ମରାମତି କରାଯାଉ ନ ଥିବା ଯୋଗୁ ବର୍ଷା ହେଲେ ରାସ୍ତା ସମ୍ପୂର୍ଣ୍ଣ କାଦୁଅ ହୋଇଯାଉଛି । ଫଳରେ ଲୋକେ ଯାତାୟାତ କରିପାରୁନାହାନ୍ତି । ଗ୍ରାମବାସୀ ପକ୍କା ରାସ୍ତା ପାଇଁ ବହୁବାର ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିପାରୁ ନ ଥିଲା । ଫଳରେ ଲୋକେ ନିଜ ନିଜ ଭିଆତ୍ରେ ଚାନ୍ଦା କରିବା ସହ ନିଜେ ପରିଶ୍ରମ କରି ରାସ୍ତା ମରାମତି କରିଛନ୍ତି । Advertisement
ଜିଲ୍ଲାରେ ଆରମ୍ଭ ହେବ ନଫରତ୍ ଛାଡ଼ ସମ୍ବିଧାନ ବଞ୍ଚାଅ ଅଭିଯାନ ଅନୁଗୁଳ – ରାଷ୍ଟ୍ରୀୟ ସ୍ତରରେ ବିଭିନ୍ନ ଗଣ ସଙ୍ଗଠନମାନେ ସମ୍ମିଳିତ ହୋଇ ‘ନଫରତ୍ ଛାଡ଼ ସମ୍ବିଧାନ ବଞ୍ଚାଅ ଅଭିଯାନ’ ଆରମ୍ଭ କରିଛନ୍ତି । ମୁମ୍ବାଇ ସ୍ଥିତ କ୍ରାନ୍ତି…
ଜରୁରୀ କାଗଜ ପତ୍ର ଓ ଟଙ୍କା ପାଇ ଥାନାରେ ଦେଲେ ଦୁଇ ଯୁବ ବନ୍ଧୁ ଅନୁଗୁଳ – ଅନୁଗୁଳ ସହର ଉପକଣ୍ଠ କଳ୍ପତରୁ ହୋଟେଲ ପାଖ ଦେଇ ଯାଉଥିବା ବେଳେ ଦୁଇ ଯୁବ ବନ୍ଧୁ ଚନ୍ଦନ କୁମାର ସାହୁ ଓ କମଳକାନ୍ତ ସାହୁଙ୍କୁ…
ପ୍ରତିଭା ସମ୍ମାନ ଉତ୍ସବ – ସମ୍ମାନୀତ ହେଲେ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଭା ଅନୁଗୁଳ – ଅନୁଗୁଳ ଜିଲ୍ଲାର ଆମ ପ୍ରତିଭା ଆମ ସ୍ବାଭିମାନର ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠାନ ତରଫରୁ ପ୍ରଥମେ ଓଡ଼ିଶାର ମୁଖ୍ୟମନ୍ତ୍ରୀ…