ଭୁବନେଶ୍ଵର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ପଶ୍ଚିମ ଓଡିଶା ବିକାଶ ପରିଷଦର କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ପରିଷଦର ବାର୍ଷିକ ଅନୁଦାନକୁ ଦୁଇ ଗୁଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ପଶ୍ଚିମ ଓଡିଶାରେ ବିକାଶ କାର୍ୟ୍ୟକ୍ରମକୁ ତ୍ବରାନ୍ବିତ କରିବା ଏବଂ ଲୋକଙ୍କ ପାଖରେ ପ୍ରଶାସନକୁ ପହଞ୍ଚାଇବା ପାଇଁ ପରିଷଦ ଅଧୀନରେ ଥିବା ୧୦ଟି ଜିଲ୍ଲା ଏବଂ ଆଠମଲ୍ଲିକରେ ପରିଷଦର କାର୍ଯ୍ୟାଳୟ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ଘୋଷଣାକୁ ନେଇ ଆଠମଲ୍ଲିକରେ ଉତ୍ସାହ ଦେଖାଦେଇଛି । ଏହାସହିତ ଯୁବକ ଯୁବତୀ ମାନଙ୍କ ପାଇଁ ଯେପରି ରୋଜଗାରର ଅଧିକ ସୁଯୋଗ ସୃଷ୍ଟି ହେବ, ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।


