ମୁଖ୍ୟ ଖବର ଆସପଣ୍ଡ ପୋଖରୀରେ ବୁଡିଗଲେ ଯୁବକ Angul OnlineJuly 2, 2021July 2, 2021 କଣିହାଁ – ଅନୁଗୁଳ ଜିଲ୍ଲା ତାଳଚେର କଣିହାଁ ଥାନା ଏନଟିପିସି ଆସପଣ୍ଡ ପୋଖରୀରେ ବୁଡି ଜଣେ ଯୁବକ ନିଖୋଜ ହୋଇ ଯାଇଛନ୍ତି । ପୋଖରୀକୁ ଶୌଚ ହେବାକୁ ଯାଇ ଆସପଣ୍ଡ ପୋଖରୀରେ ସେ ବୁଡ଼ି ଯାଇଛନ୍ତି । ସୂଚନା ଅନୁସାରେ କଣିହାଁ ଥାନା ଅନ୍ତର୍ଗତ ଡେରଙ୍ଗ ଗ୍ରାମର ଶ୍ରୀକାନ୍ତ ନାଏକ ଏନଟିପିସି ଆସପଣ୍ଡ ପୋଖରୀକୁ ଶୌଚ କରିବାକୁ ଯାଇଥିବା ବେଳେ ତାଙ୍କର ଗୋଡ଼ ଖସିଯାଇଥିଲା । ଆସପଣ୍ଡ ପୋଖରି ଭିତରେ ଏନଟିପିସି ରିଟନ ପାଇପ ପାଣିର ବେଗ କ୍ଷିପ୍ର ଥିବା ହେତୁ ତାଙ୍କୁ ପାଣି ଭିତରକୁ ଟାଣି ନେଇଥିଲା । ତେବେ ଖବର ପାଇ କଣିହାଁ ପୁଲିସ୍ ସହ ତାଳଚେର ଅଗ୍ନିଶମ ବିଭାଗ ପହଁଞ୍ଚି ନିଖୋଜ ଥିବା ବ୍ୟକ୍ତିକୁ ଖୋଜା ଖୋଜି ଜାରି ରଖିଥିବା ବେଳେ ବର୍ତ୍ତମାନ ସୁଦ୍ଧା ତାଙ୍କୁ ଠାବ କରା ଯାଇ ପାରି ନାହିଁ । Advertisement
ଲକ୍ଷ୍ମୀ ପୂଜାରେ ବୁଲିବେ ପୁଲିସର ଶକ୍ତି ବାହିନୀ ଅନୁଗୁଳ – ଅନୁଗୁଳରେ ଆଜିଠାରୁ ଆରମ୍ଭ ହୋଇ ଯାଇଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା । ପୂଜା ପାଇଁ ଅନୁଗୁଳ ସହର ବେଶ ଚଳଚଞ୍ଚଳ ରହିବ । ଏହି…
ରେଙ୍ଗାଳି ଜଳଭଣ୍ଡାରକୁ ଡେଇଁ ପଡିଲେ – ବହୁ ଖୋଜାଖୋଜି ପରେ ମୃତଦେହ ଉଦ୍ଧାର କଣିହାଁ – ଅନୁଗୁଳ ଜିଲ୍ଲା ରେଙ୍ଗାଳି ଜଳ ଭଣ୍ଡାରକୁ ଡେଇଁ ଜଣେ ବ୍ୟକ୍ତି ନିଖୋଜ ଥିବା ଜଣା ପଡିଛି । ନିଖୋଜ ବ୍ୟକ୍ତି ଜଣକ ହେଲେ କଣିହାଁ…
ଭିଜିଲାନ୍ସ ଜାଲରେ ଆର ଆଇ ଅନୁଗୁଳ – ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଜଣେ ଆରଆଇ ବାବୁ ଧରା ପଡିଛନ୍ତି । ବାବୁ ଜଣଙ୍କ ହେଲେ ଅନୁଗୁଳ ତହସିଲ ଅନ୍ତର୍ଗତ ବନ୍ତଳା…