ମୁଖ୍ୟ ଖବର କେନାଲରେ ଗାଧେଇବା ହେବା କାଳ – ପାଣିରେ ବୁଡି ଯୁବକ ମୃତ Angul OnlineAugust 8, 2021August 8, 2021 ଅନୁଗୁଳ -(AO)- ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମରୁ ବାହାରିଥିବା ଏକ କେନାଲରେ ଗାଧୋଇବା ବେଳେ ବୁଡ଼ିଯିବାରୁ ଆଜି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଉତ୍ତରପ୍ରଦେଶ ଗୋରଖପୁରର ୨୫ ବର୍ଷୀୟ ଅବିନାଶ ତ୍ରିପାଠୀ ବୋଲି ଜଣା ପଡିଛି । ସୂଚନା ଅନୁସାରେ ଅନୁଗୁଳ ସହର ହାଉସିଂ ବୋର୍ଡ ନିକଟରେ ରହୁଥିବା ଅବିନାଶ ଆଜି ଦିନ ବେଳା କେତେଜଣ ସାଙ୍ଗଙ୍କ ସହ ଡେରେଜାଙ୍ଗ ଡ୍ୟାମକୁ ବୁଲିବାକୁ ଆସିଥିଲେ । ଏଠାରେ ଥିବା କେନାଲରେ ସେ ଗାଧୋଉଥିବା ବେଳେ ଗଭୀର ପାଣିରେ ବୁଡ଼ି ଯାଇଥିଲେ । ସାଙ୍ଗମାନେ ଅବିନାଶଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ବିଫଳ ହୋଇଥିଲେ । ପରେ ଅନୁଗୁଳ ଅଗ୍ନିଶମ ବାହିନୀକୁ ଖବର ଦିଆ ଯାଇଥିଲା । ଖବର ପାଇ ଅନୁଗୁଳ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ପାଣି ଭିତରେ ଯୁବକକୁ ବହୁ ସମୟ ଖୋଜାଖୋଜି କରିଥିଲେ । ଅପରାହ୍ନ ପ୍ରାୟ ୪ଟା ବେଳେ କେନାଲ ଭିତରୁ ଅବିନାଶଙ୍କୁ ଉଦ୍ଧାର କରାଯାଇ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅନୁଗୁଳ ସଦର ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି । Advertisement
କୋଟିଏରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ପୁଲିସ – ୫ ଜଣ ଗିରଫ ଅନୁଗୁଳ – ଅନୁଗୁଳ ଏସ ପି ରାହୁଲ ଜୈନଙ୍କ ନିର୍ଦ୍ଦେଶରେ ଜରପଡା ପୁଲିସ, ଅବକାରୀ, ରାଜସ୍ୱ ଓ ବନବିଭାଗ ପକ୍ଷରୁ ମିଳିତ ଭାବେ ବକଳା ଗାଁ ନିକଟସ୍ଥ…
ଜାଲି ପିଇଟି ଶିକ୍ଷକଙ୍କ ସଂଖ୍ୟା ବଢୁଛି – ଉଚ୍ଚ ସ୍ତରୀୟ ତଦନ୍ତ ଆବଶ୍ୟକ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ନକଲି ପିଇଟି ଶିକ୍ଷକଙ୍କ ସଂଖ୍ୟା କେବଳ ଯେ ୧୦ ତା ନୁହେଁ । ଏହାର ସଂଖ୍ୟା ଅଧିକ ରହିଛି । ଗତକାଲି…
ଟାଙ୍କି ନିର୍ମାଣ ବେଳେ ଚାଲିଗଲା ଦୁଇ ଜୀବନ ଆଠମଲ୍ଲିକ – ପାଇଖାନା ଟାଙ୍କି ସେଟରିଂ ଖୋଲିବା ବେଳେ ଟାଙ୍କି ଭିତରେ ଶ୍ବାସରୁଦ୍ଧ ହୋଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଅନୁଗୁଳ…