ଅପରାଧ ଲୁଟ ବାହାନାରେ ଟଙ୍କା ହଡ଼ପ – ନିଜ ଜାଲରେ ଫସିଲେ ଯୁବକ Angul OnlineNovember 2, 2021November 2, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ବାଙ୍କଧରା ଛକ ନିକଟରେ ପିସ୍ତଲ ଦେଖାଇ ବିଦ୍ୟୁତ ବିଲ ସଂଗ୍ରହକାରୀଙ୍କ ଠାରୁ ଦୁର୍ବୁତ୍ତ ମାନେ ୮୨ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଥିଲା । ତେବେ ଲୁଟର ଶିକାର ହୋଇଥିବା ଅଭିଯୋଗ ଆଣିଥିବା ଯୁବକ ଜଣଙ୍କ ମିଛ ଅଭିଯୋଗ କରିଥିବା ଜଣା ପଡିଛି । ସୂଚନା ଅନୁସାରେ ବିଦ୍ୟୁତ ବିଲ ଆଦାୟ କରୁଥିବା ଚିତ୍ତ ରଞ୍ଜନ ପାଣି ନାମକ ଜଣେ ଯୁବକ ବାଙ୍କଧରାରୁ ତାଳଚେର ଷ୍ଟେଟ ବ୍ୟାଙ୍କକୁ ଟଙ୍କା ଡିପୋଜିଟ କରିବାକୁ ଯାଉଥିବା ସମୟରେ ୨ ଜଣ ଯୁବକ ପଲସର ଗାଡ଼ିରେ ଆସି ତାଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ତାଙ୍କ ନିକଟରେ ଥିବା ୮୨ ହଜାର ଟଙ୍କା ଲୁଟି ନେଇ ପଳାଇ ଯାଇଥିବା ଅଭିଯୋଗ କରିଥିଲେ । ଏ ନେଇ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣାର ତଦନ୍ତ କରିଥିଲା । ଆଉ ଏହି ତଦନ୍ତ ବେଳେ ଯୁବକ ଜଣଙ୍କ ମିଛ ଅଭିଯୋଗ କରିଥିବା ପୁଲିସ ଜାଣିବାକୁ ପାଇଛି । ସେ ବିଲ ଅଦାୟ କରିଥିବା ଟଙ୍କା ଖର୍ଚ୍ଚ କରି ଦେଇଥିବା ବେଳେ ନିଜକୁ ଡିପୋଜିଟରୁ ବର୍ତ୍ତେଇବା ପାଇଁ ଏଭଳି କରିଥିବା ପୁଲିସ କହିଛି । Advertisement
ଗୁଳି ମାଡରେ ଆହତ ଯୁବକଙ୍କ ମୃତ୍ୟୁ ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବଡକନ୍ତକୁଳ ଗାଁରେ ଗତ ୩୦ ତାରିଖ ବିଳମ୍ବିତ ରାତିରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ଆହତ ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ…
ହାତୀଦାନ୍ତ ସହ ଜଣେ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ବନାଞ୍ଚଳ କନ୍ଧକୋଇଲି ଗାଁରେ ଆଜି ଏସଟିଏଫ ଓ ବନ ବିଭାଗ ଚାଢାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିଥିବା…
ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟରୁ ଚୋରି କରି ଦୁଇ ଗିରଫ ଅନୁଗୋଳ – ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଗଡସନ୍ତ୍ରୀ ଗ୍ରାମ ପଞ୍ଚାୟତରେ ନିର୍ମାଣ ହେଉଥିବା ଜାତୀୟ ରାଜପଥର ଲୁହା ରଡ଼ ଚୋରି ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ…