ମୁଖ୍ୟ ଖବର ବ୍ରାହ୍ମଣୀ ନଦୀରେ ଗାଧୋଇବାକୁ ଯାଇ ଯୁବକ ନିଖୋଜ Angul OnlineJuly 1, 2021July 1, 2021 ତାଳଚେର – ଅନୁଗୁଳ ଜିଲ୍ଲା ରେଙ୍ଗାଳି ଥାନା ରେଙ୍ଗାଳି ଗାଁ ନିକଟସ୍ଥ ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇ ଆଜି ଜଣେ ଯୁବକ ଭାସିଯାଇ ନିଖୋଜ ଅଛନ୍ତି । ନିଖୋଜ ଯୁବକ ଜଣକ ସରଧାପୁର ଗ୍ରାମର ଟିକନ ମହାନ୍ତି ବୋଲି ଜଣା ପଡିଛି । ସୂଚନା ଅନୁସାରେ ଟିକନ ରେଙ୍ଗାଳି ଗାଁ ରେ ଥିବା ତାଙ୍କ ଶଶୁର ଘରକୁ ଆସିଥିବା ବେଳେ ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇଥିଲେ । ଗାଧେଇବା ସମୟରେ ଗୋଦା ଖସି ଯିବାରୁ ନଦୀର ପ୍ରଖର ସ୍ରୋତ ଭାସି ଯାଇଥିଲେ । ଖବର ପାଇ କଣିହାଁ ଅଗ୍ନିଶମ ବାହିନୀ ଓ ଗାଁ ଲୋକ ଘଟଣାସ୍ଥଳରେ ପହଞ୍ଚି ଖୋଜା ଖୋଜି କରିଥିଲେ । ତେବେ ଖବର ଲେଖାଯିବା ଯାଏ ଉଦ୍ୟମ ଜାରି ରଖା ଯାଇଥିବା ବେଳେ ଟିକନଙ୍କୁ ଠାବ କରାଯାଇ ପାରି ନାହିଁ । Advertisement
ଚୋରା ମଦ ,ଡିଜେଲ ,ଗୁଟଖା ଚୋରା କାରବାରରେ ୫ ଗିରଫ . ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ପିତାବଳି ଛକ ଠାରେ ବେଆଇନ ଡିଜେଲ ବିକ୍ରି ହେଉଥିବା ଖବର ପାଇ ଅନୁଗୁଳ ସ୍ପେଶିଆଲ ସ୍କ୍ବାର୍ଡ…
ଦୋକାନ ଘର ଭିତରକୁ ପଶିଗଲା ଟ୍ରକ ଛେଣ୍ଡିପଦା – ଅନୁଗୁଳ ୬୩ନଂ ରାଜ୍ୟ ରାଜପଥର ଛେଣ୍ତିପଦା ଥାନା ଛକରେ ଭାରସାମ୍ୟ ହରାଇ ଏକ ଟ୍ରକ ରାସ୍ତା କଡରେ ଥିବା ୨ଟି ଦୋକାନ ଘରକୁ ଧକ୍କା…
ଜଳିଗଲା ୨ ଟ୍ରକ ସହ ମଦ – ମଦ ଡିପୋରେ ଅଗ୍ନିକାଣ୍ଡ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ଥାନା ଦୁର୍ଗାପୁର ଗାଁ ସ୍ଥିତ ରାଜ୍ୟ ସରକାରଙ୍କର ପାନୀୟ ନିଗମ ଗୋଦାମ ପରିସରରେ ୨ଟି ମଦ ବୋଝେଇ ଟ୍ରକରେ ଅଗ୍ନିକାଣ୍ଡ…