ଅପରାଧ ଗୁଳିମାଡରେ ଯୁବକ ଆହତ ଘଟଣା – ଗୁଳି କରିଥିବା ଯୁବକ ଗିରଫ Angul OnlineJuly 1, 2021July 1, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବଡକନ୍ତକୁଳ ଗାଁରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ଜଣଙ୍କୁ ପୁଲିସ ଗିରଫ କରିଛି । ତାଙ୍କ ନିକଟରୁ ଗୁଳି କରା ଯାଇଥିବା ବନ୍ଧୁକ ମଧ୍ୟ ଜବତ କରା ଯାଇଥିବା ଜଣା ପଡିଛି । ସୂଚନା ଅନୁସାରେ ଗାଁର ଅଖିଳ ବେହେରା ଓ ଶିଶିର ସାହୁଙ୍କ ମଧ୍ୟରେ ପୂର୍ବରୁ କୌଣସି କାରଣ ପାଇଁ ଶତ୍ରୁତା ଥିଲା । ଗତକାଲି ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ବେଳେ ଉତ୍ତ୍ୟକ୍ତ ହୋଇ ଶିଶିର ଏକ ବନ୍ଧୁକରେ ଅଖିଳଙ୍କ ଉପରକୁ ଗୁଳି ଚଳାଇ ଥିଲେ । ଗୁଳିଟି ଆସି ଅଖିଳଙ୍କ ବାମ ହାତ କହୁଣିରେ ବାଜିଥିଲା । ଗାଁ ଲୋକ ତାଙ୍କୁ ଘଟଣା ସ୍ଥଳରୁ ଉଧାର କରି ପ୍ରଥମେ ବନ୍ତଳା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ମଧ୍ୟ ଅଖିଳଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରା ଯାଇଥିଲା । ତେବେ ଏହି ଘଟଣାରେ ଆଜି ବନ୍ତଳା ପୁଲିସ ତଦନ୍ତ କରି ଶିଶିରକୁ ଗିରଫ କରି କୋର୍ଟ ଚାଲାଣ କରିଛି । Advertisement
ସାମାନ୍ୟ ବଚସାରୁ ହତ୍ୟା ଅଭିଯୋଗ – ଜଣେ ଗିରଫ ଅନୁଗୁଳ – ଅନୁଗୁଳ ଥାନା ରାଜକିଶୋରପଡ଼ାଠାରେ ସାମାନ୍ୟ ବଚସାରୁ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ରାଜକିଶୋର ପଡ଼ାର ପ୍ରସନ୍ନ କୁମାର…
ଗଞ୍ଜେଇ ସହ ଦୁଇ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଅଞ୍ଚଳରେ ଆଜି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରା ଯାଇ ୨୨ କେଜି ଗଞ୍ଜେଇ ଜବତ କରା ଯାଇଥିବା ବେଳେ…
ବିଡ଼ିଓଙ୍କ ବାସଭବନରୁ ଚୋରୀ ଅନୁଗୁଳ – ଅନୁଗୁଳ ଜିଲ୍ଲା ଅନୁଗୁଳ ଗୋଷ୍ଠୀ ଉନ୍ନୟନ ଅଧିକାରିଣୀଙ୍କ ବାସଭବନରୁ ଚୋରୀ ହୋଇଥିବା ନେଇ ଆଜି ଅନୁଗୁଳ ଥାନାରେ ଅଭିଯୋଗ ହୋଇଛି । କେହି ଦୁର୍ବୃତ୍ତ…