ଅପରାଧ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ଚୋରୀ Angul OnlineSeptember 11, 2021September 11, 2021 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରୀ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଜରପଡାର ରାଜସ୍ବନିରୀକ୍ଷକ ଗତ ୯ ତାରିଖ ଗୁରୁବାର ସନ୍ଧ୍ୟାରେ କାର୍ଯ୍ୟାଳୟ ବନ୍ଦ କରି ଘରକୁ ଯାଇଥିଲେ । ଗତକାଲି ଛୁଟି ଥିବା ବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତ ମାନେ ଜରପଡା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ତାଲାଭାଙ୍ଗି ଭିତରେ ଥିବା ୪୨୦୦ଟଙ୍କା ,ଏକ ଲାପଟପ ଓ କିଛି ଆସବାବପତ୍ର ଚୋରୀ କରି ନେଇ ପଳାଇଯାଇଛନ୍ତି । ଏ ନେଇ ଜରପଡା ଭାରପ୍ରାପ୍ତ ରାଜସ୍ବ ନିରୀକ୍ଷକ ସୁନିଲ କୁମାର ସ୍ବାଇଁ ଜରପଡା ଥାନାରେ ଶନିବାର ଲିଖିତ ଅଭିଯୋଗ କରିଛନ୍ତି । ଖବର ପାଇ ଜରପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି । Advertisement
ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଅନୁଗୁଳ – ଘରେ କେହି ନଥିବାର ସୁଯୋଗ ନେଇ ନାବାଳିକାକୁ ଦୁଷ୍କର୍ମ କରିଥିବା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡ । ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଅଞ୍ଚଳରେ…
ରାସ୍ତା କଡରେ ପଡିଛି ଦୁଇ ଶିଶୁଙ୍କ ମୃତଦେହ ଅନୁଗୁଳ – ଅନୁଗୁଳ ଜିଲ୍ଲା ମହିଧରପୁର ରାସ୍ତା କଡରୁ ଦୁଇଟି ନବଜାତକ ଶିଶୁଙ୍କ ମୃତଦେହ ଉଦ୍ଧାର ହୋଇଛି । ରାସ୍ତା କଡରେ ଏହି ନବାଜାତକଙ୍କ ମୃତଦେହ ଗୁଡିକ…
ନାବାଳିକା ଦୁଷ୍କର୍ମକାରୀ କୁ ୨୦ବର୍ଷ ସଶ୍ରମ କାରାଦଣ୍ଡ ଅନୁଗୋଳ – ସୋମବାର ଦିନ ମାନ୍ୟବର ଆଡହକ ଆଡିସନାଲ ଜିଲ୍ଲା ଓ ସେସନ୍ ଜଜ୍ ଫାଷ୍ଟଟ୍ରାକ ସ୍ପେସାଲ୍ କୋର୍ଟ ଜଜ ଜଣେ ନାବାଳିକା ଦୁଷ୍କର୍ମ କାରୀକୁ ୨୦ବର୍ଷ…