ମୁଖ୍ୟ ଖବର ନିଶାଗ୍ରସ୍ତ ଚାଳକର ବେପରୁଆ ଗାଡି ଚାଳନା – ଦୁଇ ଶିଶୁଙ୍କ ସମେତ ତିନି ମୃତ Angul OnlineApril 28, 2023April 28, 2023 ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର ଗୋବରା ଗାଁରେ ଅଭାବନୀୟ ଘଟଣା । ଗାଁ ଦାଣ୍ଡରେ ଖେଳୁଥିବା ବେଳେ ଗାଡି ଚାପିଦେଲା । ଫଳରେ ଜଣେ ବୃଦ୍ଧାଙ୍କ ସମେତ ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଗୋବରା ଗାଁ ଦାଣ୍ଡରେ କିଛି ଶିଶୁ ଖେଳୁଥିବା ବେଳେ ଏକ କାର ଦ୍ରୁତ ଗତିରେ ଆସିଵା ସହ ଭାରସାମ୍ୟ ହରାଇ ଦୁଇ ଜଣ ଶିଶୁ ଓ ଜଣେ ବୟସ୍କା ମହିଳାଙ୍କୁ ଧକ୍କା ଦେଇଥିଲା । ଫଳରେ ପ୍ରମିଳା ପ୍ରଧାନ ନାମକ ମହିଳା ଜଣଙ୍କର ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ବେଳେ ଦୁଇ ଶିଶୁ ପୁନମ ପ୍ରଧାନ ଓ ଗୁଗୁଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଉଭୟଙ୍କର ମୃତ୍ୟୁ ହୋଇଥିଲା । ଘଟଣାକୁ ନେଇ ଗୋବରା ଗାଁରେ ଉତ୍ତେଜନା ପରିସ୍ଥିତି ଦେଖା ଦେଇଛି । ଲୋକ ନିଶାଗ୍ରସ୍ତ ଥିବା ଚଳକ ଓ ଅନ୍ଯ ଜଣକୁ ମାଡ଼ ମାରି ଅଟକ ରଖିଥିବା ଜଣା ପଡ଼ିଛି । Advertisement
ଭଡାଘରୁ କଲେଜ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳ ଥାନା ସୁସୁଡା ଗାଁର ଏକ ଭଡା ଘରୁ ଜଣେ କଲେଜ ପଢୁଆ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ…
ମଲ୍ଟି ଡିସିପ୍ଲିନ୍ ସ୍କ୍ବାର୍ଡର ଚଢାଉ – ସୁନା ଦୋକାନୀ ଓ ମଦ ଦୋକାନୀଙ୍କୁ ଜରିମାନା ଅନୁଗୁଳ – ଅନୁଗୁଳ ସହରର ବିଭିନ୍ନ ଦୋକାନରେ ମଲ୍ଟି ଡିସିପ୍ଲିନ୍ ସ୍କ୍ବାର୍ଡ ଚଢାଉ କରିଥିଲା । ଅନୁଗୁଳ ତହସିଲଦାର ବିମଳ କୁମାର ଲେଙ୍କାଙ୍କ ନେତୃତ୍ବରେ ଏହି ଚଢାଉ…
ରେଳ ଧାରଣାରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଜରପଡା ଥାନାର ଜରପଡା ଷ୍ଟେସନ ନିକଟରେ ରେଳ ଧାରଣାରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କର ମୃତ ଦେହ ଉଦ୍ଧାର । ମୃତ…