ମୁଖ୍ୟ ଖବର ସାତକୋଶିଆ ଅଭୟାରଣ୍ୟକୁ ପୁଣି ଫେରିବେ ମହାବଳ ବାଘ Angul OnlineAugust 28, 2024August 28, 2024 ଭୁବନେଶ୍ୱର – ଅନୁଗୁଳ ସାତକୋଶିଆ ଅଭୟାରଣ୍ୟକୁ ପୁଣି ଫେରିବେ ମହାବଳ ବାଘ । ପୁଣି ଖୁବଶୀଘ୍ର ଆରମ୍ଭ ହେବ ବ୍ୟାଘ୍ର ପ୍ରକଳ୍ପ । ମଧ୍ୟପ୍ରଦେଶରୁ ୧୫ଟି ବାଘୁଣୀ ଆଣିବାକୁ ଏନଟିସିଏରୁ ଅନୁମତି ମିଳିଛି । ତେବେ ଏଥିପାଇଁ ୧୫ଟି ସର୍ଭ ରଖିଛି ନାସନାଲ ଟାଇଗର କନଜର୍ଭେସନ ଅଥରିଟି । ବିଭାଗ ତରଫରୁ ୫ ବର୍ଷିଆ ଯୋଜନା କରାଯିବ । ଚଳିତ ଥର ମହାରାଷ୍ଟ୍ରର ତଡବା ଜଙ୍ଗଲରେ ବାଘ ମାନଙ୍କ ଜେନେଟିକ ଓଡ଼ିଶାର ବାଘଙ୍କ ସାମଞ୍ଜସ୍ୟ ଥିବାରୁ ସେଇଠାରୁ ବାଘ ଆସିବେ। ସ୍ଥାନୀୟ ବାସିନ୍ଦା ଓ ଜନ ପ୍ରତିନିଧିଙ୍କ ସହ ବିସ୍ତୃତ ଆଲୋଚନା କରାଯିବ। ପ୍ରଥମେ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ଗାଁ ଗୁଡ଼ିକୁ ସ୍ଥାନାନ୍ତର କରାଯିବ । ଏହା ପରେ ମଧ୍ୟପ୍ରଦେଶରୁ ବାଘ ଆଣିବାକୁ ଯୋଜନା ରଖାଯାଇଛି । କୋର ଏରିଆରୁ ସମସ୍ତ ଜନବସତି ଖାଲି କରାଯାଇଛି । ବଫର ଏରିଆରୁ ୬ଟି ଗାଁ ଖାଲି ହୋଇଥିବା ବେଳେ ଆଉ କିଛି ଗାଁ ଖାଲି କରାଯିବ । ପୂର୍ବରୁ ୨୦୨୧ରେ ମଧ୍ୟପ୍ରଦେଶରୁ ଦୁଇଟି ବାଘ ଅଣାଯାଇଥିଲେ ମଧ୍ୟ ଏହି ପ୍ରକଳ୍ପ ଫେଲ୍ ମାରିଥିଲା । ଶିକାରୀ ଫାସରେ ପଡ଼ି ମହାବଳ ବାଘ ମହାବୀରର ମୃତ୍ୟୁ ହୋଇଥିଲା । ସେହିପରି ବାଘୁଣୀ ସୁନ୍ଦରୀ ମଣିଷ ମାରିବା ଯୋଗୁଁ ଅନେକ ଦିନ ବନ୍ଦୀ ଜୀବନ କାଟିବା ପରେ ମଧ୍ୟପ୍ରଦେଶକୁ ଫେରିଯାଇଥିଲା । ସେବେଠାରୁ ବନ୍ଦ ରହିଥିଲା ଅନ୍ତରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତର ଯୋଜନା । କିନ୍ତୁ ଏବେ ପୁଣି ଥରେ ଏହି ପ୍ରକଳ୍ପକୁ ଗ୍ରୀନ ସିଗନାଲ ଦେଇଛନ୍ତି ଏନଟିସିଏ । Advertisement
କଲରାପତରିଆ ବାଘ ଆକ୍ରମଣରେ ଦୁଇଜଣ ଆହତ ଅନୁଗୋଳ – ଅନୁଗୋଳ ଜିଲ୍ଲା ବନ୍ତଳା ରେଞ୍ଜ୍ କୃଷ୍ଣଚକ୍ରଗଡରେ ବାଘ ଆକ୍ରମଣରେ ଦୁଇ ଗୁରୁତର ହୋଇଥିବା ଜଣା ପଡିଛି । ସୂଚନା ଅନୁସାରେ , କୃଷ୍ଣଚକ୍ରଗଡ ଗ୍ରାମର…
ବ୍ରାଣ୍ଡେଡ ଶୋରୁମରେ ନକଲି ଜିନ୍ସ – ଜିଲ୍ଲା ସାରା ବ୍ୟାପିଛି ନକଲି କାରବାର !! ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଏବେ ନକଲି ଜିନ୍ସ କାରବାର ବଢିଥିବା ଜଣା ପଡିଥିବା ବେଳେ ଗୋଟିଏ ପରେ ଗୋଟିଏ ବ୍ରାଣ୍ଡେଡ ଶୋରୁମ ଉପରେ କମ୍ପାନୀ ଓ…
ଡଙ୍ଗାରୁ ପଡି ଭାସିଗଲେ ବୃଦ୍ଧ – ୪ ଘଣ୍ଟା ପରେ ମୃତଦେହ ଉଦ୍ଧାର କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଥାନା ବୁରୁବାହାଳ ଗାଁ ଟିକିରା ନଦୀ ଘାଟରେ ଦଙ୍ଗାରେ ଆସୁଥିବା ବେଳେ ଦଙ୍ଗାରୁ ପଡି ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି…