ଅପରାଧ ଦାମୀ କାରରେ ଗଞ୍ଜେଇ ବେପାର – ଜବତ କଲା ଅବକାରୀ ବିଭାଗ Angul OnlineNovember 13, 2024November 13, 2024 ଅନୁଗୁଳ – ଅନୁଗୁଳ ଅବକାରୀକୁ ବିଭାଗ ମିଳିଛି ବଡ ସଫଳତା । ଅବକାରୀ ନିରୀକ୍ଷକ ସଦର ରେଞ୍ଜ୍ ଏବଂ ଜିଲ୍ଲା ଭ୍ରାମ୍ୟମାଣ ବିଭାଗର ମିଳିତ ସହଯୋଗରେ ୭୫ କେଜି ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି । ସୂଚନା ଅନୁସାରେ , ଆଜି (ବୁଧବାର) ସକାଳ ୮ ଘଟିକା ବେଳେ ବୌଦ୍ଧ ଅଞ୍ଚଳରୁ ଏକ ଦାମୀ କାରରେ ଦୁଇ ଯୁବକ ଗଞ୍ଜେଇ ନେଇ ଆସୁଥିବା ଖବର ଅବକାରୀ ବିଭାଗକୁ ମିଳିଥିଲା । ଖବର ମିଳିବା ପରେ ଅନୁଗୁଳ ଅବକାରୀ ଅଧିକ୍ଷକ ମଧୁସ୍ମିତା ନାୟକଙ୍କ ନିର୍ଦ୍ଦେଶରେ ଅନୁଗୁଳ ଅବକାରୀ ନିରୀକ୍ଷକ ସଦର ରେଞ୍ଜ୍ ଏବଂ ଜିଲ୍ଲା ଭ୍ରାମ୍ୟମାଣ ବିଭାଗ ବଡକେରା ଛକ ନିକଟରେ କାରକୁ ଅଟକାଇ ଯାଞ୍ଚ କରିଥିଲେ । ଜାଞ୍ଚ ବେଳେ କାରରୁ ୭୫ କେଜି ଗଞ୍ଜେଇ ଜବତ କରାଯାଇଥିଲା । ଗଞ୍ଜେଇ ର ଆନୁମାନିକ ମୁଖ୍ୟ ୭ ଲକ୍ଷ ୫୦ ହଜାର ଟଙ୍କା ହେବ । ଏ ଘଟଣାରେ ସଦର ରେଞ୍ଜ୍ ଏକ ମାମଲା ରୁଜୁ କରି କାରକୁ ଜବତ କରିବା ସହ ଦୁଇ ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ କରିଛନ୍ତି । Advertisement
ବୁବୁ ଭଞ୍ଜ ହତ୍ୟା ଘଟଣାରେ ୨ ଗିରଫ – ୫ ଜଣ ଏବେବି ଫେରାର ଅନୁଗୁଳ – ଅନୁଗୁଳ ସଦର ଥାନା ଛେଳିଆପଡ଼ାର ଭବାନୀ ଶଙ୍କର ଭଞ୍ଜ ଓରଫ୍ ବୁବୁ ହତ୍ୟାକାଣ୍ଡର ପର୍ଦାଫାଶ କରିଛି ପୁଲିସ । ଅନୁଗୁଳ ସହରରେ ଗଣେଶ ଭଷାଣୀ…
ସିବିଆଇ ଜାଲରେ ଏମସିଏଲର ମ୍ୟାନେଜର ଓ ଏଆରଆଇ – ଲାଞ୍ଚ ନେଲାବେଳେ ପଡିଲେ ଧରା ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସ୍ଥିତ ମହାନଦୀ କୋଲ ଫିଲଡ ଲିମିଟେଡ(MCL) ର ମ୍ୟାନେଜର ଏବଂ ସହକାରୀ ରାଜସ୍ଵ ନିରୀକ୍ଷକ(ARI) ୨୦ ହଜାର ଟଙ୍କା ଲାଞ୍ଚ…
ପୁଲିସକୁ ମାଡ଼ ଘଟଣାରେ ଦୁଇ ଜଣ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ଥାନା ପୁଲିସକୁ ନିର୍ଧୁମ ମାଡ ମାରିବା ଘଟଣାରେ ଦୁଇ ଜଣଙ୍କୁ ପୁଲିସ ଗିରଫ କରିଛି । ଗିରଫ ଦ୍ୱୟ ହେଲେ…