ଅପରାଧ ଦାମୀ କାରରେ ଗଞ୍ଜେଇ ବେପାର – ଜବତ କଲା ଅବକାରୀ ବିଭାଗ Angul OnlineNovember 13, 2024November 13, 2024 ଅନୁଗୁଳ – ଅନୁଗୁଳ ଅବକାରୀକୁ ବିଭାଗ ମିଳିଛି ବଡ ସଫଳତା । ଅବକାରୀ ନିରୀକ୍ଷକ ସଦର ରେଞ୍ଜ୍ ଏବଂ ଜିଲ୍ଲା ଭ୍ରାମ୍ୟମାଣ ବିଭାଗର ମିଳିତ ସହଯୋଗରେ ୭୫ କେଜି ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି । ସୂଚନା ଅନୁସାରେ , ଆଜି (ବୁଧବାର) ସକାଳ ୮ ଘଟିକା ବେଳେ ବୌଦ୍ଧ ଅଞ୍ଚଳରୁ ଏକ ଦାମୀ କାରରେ ଦୁଇ ଯୁବକ ଗଞ୍ଜେଇ ନେଇ ଆସୁଥିବା ଖବର ଅବକାରୀ ବିଭାଗକୁ ମିଳିଥିଲା । ଖବର ମିଳିବା ପରେ ଅନୁଗୁଳ ଅବକାରୀ ଅଧିକ୍ଷକ ମଧୁସ୍ମିତା ନାୟକଙ୍କ ନିର୍ଦ୍ଦେଶରେ ଅନୁଗୁଳ ଅବକାରୀ ନିରୀକ୍ଷକ ସଦର ରେଞ୍ଜ୍ ଏବଂ ଜିଲ୍ଲା ଭ୍ରାମ୍ୟମାଣ ବିଭାଗ ବଡକେରା ଛକ ନିକଟରେ କାରକୁ ଅଟକାଇ ଯାଞ୍ଚ କରିଥିଲେ । ଜାଞ୍ଚ ବେଳେ କାରରୁ ୭୫ କେଜି ଗଞ୍ଜେଇ ଜବତ କରାଯାଇଥିଲା । ଗଞ୍ଜେଇ ର ଆନୁମାନିକ ମୁଖ୍ୟ ୭ ଲକ୍ଷ ୫୦ ହଜାର ଟଙ୍କା ହେବ । ଏ ଘଟଣାରେ ସଦର ରେଞ୍ଜ୍ ଏକ ମାମଲା ରୁଜୁ କରି କାରକୁ ଜବତ କରିବା ସହ ଦୁଇ ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ କରିଛନ୍ତି । Advertisement
ଜମିବିକ୍ରି ବେଳେ ଉତ୍ତରାଧିକାରୀ ପ୍ରମାଣପତ୍ର ଜାଲିଆତି – ୫ଜଣଙ୍କ ନାମରେ ମାମଲା ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲରେ ଉତ୍ତରାଧିକାରୀ ପ୍ରମାଣପତ୍ରରେ ଜାଲିଆତି ଅଭିଯୋଗ । ଏ ନେଇ ଆଜି(ଶୁକ୍ରବାର) ଛେଣ୍ଡିପଦା ତହସିଲଦାର ଥାନାରେ ଜଣାଇବା ପରେ ପୁଲିସ…
ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଟଙ୍କା ଲୁଟିଲେ ସାଇବର ଠକ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ସାଇବର ଅପରାଧୀ ମାନଙ୍କ ଦୌରାତ୍ମ ଥମିବାରେ ନାଁ ନେଉନାହିଁ । ପ୍ରାୟ ପ୍ରତ୍ଯେକ ଦିନ ଜିଲ୍ଲାର କାହାକୁ ନା କାହାକୁ ଟାର୍ଗେଟ…
କୁକୁଡା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ – ବିପୁଳ ପରିମାଣର ମଦ ଜବତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରାସିଂହା ଗ୍ରାମରେ ଆଜି ସନ୍ଧ୍ୟାରେ ଅନୁଗୁଳ ସ୍ପେସିଆଲ ସ୍କ୍ୱାର୍ଡ ପୁଲିସ ଚଢାଉ କରି ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ…