ମୁଖ୍ୟ ଖବର ମର୍ମଦୁନ୍ତ ସଡକ ଦୁର୍ଘଟଣା -୨ ମୃତ Angul OnlineDecember 4, 2021December 4, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ -୬୩ର ଅନୁଗୁଳ-ଛେଣ୍ଡିପଦା ରାସ୍ତାରେ ବିଳମ୍ବିତ ରାତିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କଟକ ଓ ପରେ ଭୁବନେଶ୍ଵର ସ୍ଥାନାନ୍ତରିତ କରା ଯାଇଛି । ସୂଚନା ଅନୁସାରେ ଅନୁଗୁଳ ପଟରୁ ଏକ ଇନୋଭା କାର ଛେଣ୍ଡିପଦା ଆଡକୁ ଯାଉଥିବା ବେଳେ ନିଶାସ୍ଥିତ ଜିନ୍ଦଲ ପ୍ଳାଣ୍ଟ ନିକଟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକ ମାନଙ୍କ ମଧ୍ୟରୁ ଜଣେ ଜରାସିଂହା ଗାଁ ସୌମ୍ୟ ସାହୁ ଓ ଅନ୍ୟ ଜଣଙ୍କର ପରିଚୟ ମିଳି ପାରି ନାହିଁ । ଗାଡିରେ ୪ ଜଣ ବସିଥିବା ବେଳେ ଟାଙ୍ଗିରୀ ଗାଁ ର ଚିନ୍ମୟ ସାହୁକୁ ନିଶା ପୁଲିସ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା । ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ପ୍ରଥମେ କଟକ ଓ ପରେ ଭୁବନେଶ୍ବର ସ୍ଥାନାନ୍ତରୀତ କରା ଯାଇଛି । ପୁଲିସ ଘଟଣାର ତଦନ୍ତ କରୁଛି । Advertisement
ଟ୍ରେନରେ ଚଢିବା ବେଳେ ଗୋଡ଼ ଖସି ଜଣେ ମୃତ ଅନୁଗୋଳ – ଟ୍ରେନରେ ଚଢିବା ବେଳେ ଗୋଡ଼ ଖସି ଯିବାରୁ ଟ୍ରେନ ଚକ ତଳେ ପଡି ଜଣଙ୍କର ମୃତ୍ୟୁ ହୋଇଛି । ଏଭଳି ଘଟଣା ଅନୁଗୋଳ ଜିଲ୍ଲା…
ଇଏସଆଇ ମେଡିକାଲ ଲୋକାର୍ପଣ ଅନୁଗୁଳ – ଅନୁଗୋଳ ଜିଲ୍ଲା ବଳରାମପ୍ରସାଦରେ କର୍ମଚାରୀ ରାଜ୍ୟ ବୀମା(ଇଏସଆଇ) ଡ଼ାକ୍ତରଖାନା ଉଦଘାଟନ ହୋଇ ଯାଇଛି । ଏହି ଡାକ୍ତରଖାନା ଉଦଘାଟନ ଅବସରରେ ମୁଖ୍ୟ ଅତିଥି ଭାବେ…
ମଦ୍ୟପାନ କରି ଲକ୍ଷ୍ମୀ ବସ ଚଳାଉଥିଲେ ଡ୍ରାଇଭର – ଅଟକ ରଖିଲେ ଲୋକେ ଅନୁଗୁଳ – ଅନୁଗୁଳ ଜିଲ୍ଲା ଡାବରଧୁଆଁ ଛକ ଠାରୁ ଲକ୍ଷ୍ମୀ ବସ ଡ୍ରାଇଭରକୁ ପୋଲିସ ଅଟକ ରଖିଛି। ସୂଚନା ଯେ, ଅନୁଗୋଳ ଅଞ୍ଚଳରୁ ବଡକେରଜାଙ୍ଗ ଆଡକୁ ଲୋକ…