ଅପରାଧ ଗୋରୁ ବୋଝେଇ ଟ୍ରକ ଜବତ – ଦୁଇ ଗିରଫ Angul OnlineMay 9, 2023May 9, 2023 ପାଲଲହଡା – ଟ୍ରକରେ ଗୋରୁ ଚୋରା ଚାଲାଣ ବେଳେ ଖବର ପାଇ ପାଲଲହଡା ପୁଲିସ ଚଢ଼ାଉ କରିଥିବା ବେଳେ ଟ୍ରକ ସହ ୨0 ଗୋରୁ ଜବତ କରିଛି । ଏହା ସହ ଗୋରୁ ଚାଲାଣ କରୁଥିବା ୨ ଜଣକୁ ଗିରଫ କରିଛି । ଗିରଫ ୨ ଅଭିଯୁକ୍ତ ବରଗଡ଼ ଅଞ୍ଚଳର ବୋଲି ଜଣା ପଡିଛି । ସେମାନେ ଟ୍ରକ ଯୋଗେ ବରଗଡ଼ରୁ କଲିକତାକୁ ଗୋରୁ ଚାଲାଣ କରୁଥିବା ବେଳେ କୌଣସି ସୂତ୍ରରୁ ପାଳଲହଡା ପୁଲିସ ଖବର ପାଇ ଚଢ଼ାଉ କରିଥିଲା । ଗିରଫ ୨ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିଵା ସହ ପାଲଲହଡା ପୁଲିସ ଅଧିକ ତଦନ୍ତ ଚଳାଇଛି । Advertisement
୮୨ ଗ୍ରାମ ହେରୋଇନ ଜବତ , ଜଣେ ଗିରଫ ଅନୁଗୋଳ – ଅନୁଗୋଳ ସଦର ଅବକାରୀ ବିଭାଗ ନାଲକୋନଗର ଥାନା ଅଞ୍ଚଳରୁ ୮୨ ଗ୍ରାମ ହେରୋଇନ ଜବତ କରିବା ସହ ଏହି ଚୋରା କାରବାରରେ ସମ୍ପୃକ୍ତ ଜଣଙ୍କୁ…
ଶଳାର ଭୁଜାଲି ମାଡ଼ରେ ଭିଣୋଇ ଗୁରୁତର ଅନୁଗୁଳ – ଅନୁଗୁଳ ସଦର ଥାନା ଅନ୍ତର୍ଗତ ପଞ୍ଚମହଲା ଗାଁରେ ଶଳାର ଭୁଜାଲି ମାଡ଼ରେ ଭିଣୋଇ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି ହୋଇଛନ୍ତି। ଗୁରୁତର…
ବ୍ରାଉନ୍ସୁଗାର ବ୍ୟବସାୟୀ ଗିରଫ ନାଲକୋ ନଗର – ଅନୁଗୁଳ ଜିଲ୍ଲା ନାଲକୋ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବକ ଧଳା ଜହର ବ୍ୟବସାୟ କରୁଥିବା ଅଭିଯୋଗରେ ନାଲକୋ ପୁଲିସ ଗିରଫ କରିଛି…