ଅପରାଧ ଗଞ୍ଜେଇ ସହ ଦୁଇ ଗିରଫ Angul OnlineSeptember 21, 2022September 21, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଅଞ୍ଚଳରେ ଆଜି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରା ଯାଇ ୨୨ କେଜି ଗଞ୍ଜେଇ ଜବତ କରା ଯାଇଥିବା ବେଳେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ଏକ ପିକଅପ ଭ୍ୟାନ ମଧ୍ୟ ଜବତ କରାଯାଇଛି । ସୂଚନା ଅନୁସାରେ କିଶୋରନଗର ତୁରୁଡ଼ା ଗାଁର ରାକେଶ ବେହେରା ଓ ଅକ୍ଷୟ କୁମାର ବେହେରା ନାମକ ଦୁଇ ଜଣ ବ୍ୟକ୍ତି ବେପାର ଉଦ୍ୟେଶରେ ଗଞ୍ଜେଇ ନେଇ ଯାଉଥିବା ବେଳେ ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରିଥିଲା । ଜାଞ୍ଚ ବେଳେ ସେମାନଙ୍କ ନିକଟରୁ ୨୨ କେଜି ଗଞ୍ଜେଇ ଜବତ କରା ଯାଇଥିଲା । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୨ ଲକ୍ଷ ୨୦ ହଜାର ଟଙ୍କା ହେବ । ଗିରଫ ରାକେଶ ଓ ଅକ୍ଷୟଙ୍କୁ କୋର୍ଟ ଚାଲାଣ କରାଯାଇଛି । Advertisement
ଯୁବକକୁ ପିଟି ପିଟି ହତ୍ଯା ଅଭିଯୋଗ ଅନୁଗୁଳ – ସାମାନ୍ୟ କଥାକୁ ନେଇ ଯୁବକଙ୍କୁ ହତ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ଅଙ୍ଗାରବନ୍ଧ ଗାଁରେ । ମୃତ ଯୁବକ ଜଣଙ୍କ…
କୋଇଲା ଖଣିରୁ ବ୍ୟାଟେରୀ ଚୋରି କରି ୩ ଗିରଫ ଛେଣ୍ଡିପଦା -ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳର ଏକ କୋଇଲା ଖଣି ଭିତରୁ ବ୍ୟାଟେରୀ ଚୋରୀ କରିଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରି ପୁଲିସ କୋର୍ଟ…
ସିବିଆଇ ଜାଲରେ ଏମସିଏଲର ମ୍ୟାନେଜର ଓ ଏଆରଆଇ – ଲାଞ୍ଚ ନେଲାବେଳେ ପଡିଲେ ଧରା ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସ୍ଥିତ ମହାନଦୀ କୋଲ ଫିଲଡ ଲିମିଟେଡ(MCL) ର ମ୍ୟାନେଜର ଏବଂ ସହକାରୀ ରାଜସ୍ଵ ନିରୀକ୍ଷକ(ARI) ୨୦ ହଜାର ଟଙ୍କା ଲାଞ୍ଚ…