ମୁଖ୍ୟ ଖବର ଦୁର୍ଘଟଣାରେ ଦୁଇ ମୃତ Angul OnlineJuly 31, 2024July 31, 2024 ଅନୁଗୁଳ – ଅନୁଗୁଳ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଅନୁଗୁଳ ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ତୁବେଠାରେ ଏକ ମୋଟରସାଇକେଲକୁ ଟ୍ରକ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ଛେଣ୍ଡିପଦା କୋରଡ଼ା ଗାଁର ସାଗର ବେହେରା । ସେ ଏକ ମୋଟରସାଇକେଲରେ ଅନୁଗୁଳ ଆଡକୁ ଯାଉଥିବା ବେଳେ ଅନୁଗୁଳ ପଟରୁ ଆସୁଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ସାଗରଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାକୁ ନେଇ କିଛି ସମୟ ଉତ୍ତେଜନା ଦେଖା ଦେଇଥିବା ବେଳେ ଜରପଡା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲା । ସେହିପରି ବଇଣ୍ଡା ଲୁହାମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ଦୁର୍ଗାପୁର ଗ୍ରାମ ର ସୁବ୍ରତ ବେହେରା ବୋଲି ଜଣା ପଡିଛି । Advertisement
ପୁଣି ତିନି ଦୋକାନ ସିଲ କଲା ପ୍ରଶାସନ ଅନୁଗୁଳ – ଆକ୍ସନ ମୁଡ଼ରେ ପ୍ରଶାସନ । ସହରର ବଜାର ଭିତରେ ଥିବା କିଛି ଦୋକାନ ବାରମ୍ବାର ତାଗିଦ କରିବା ସତ୍ୱେ ରାସ୍ତା ଉପରେ ଆବର୍ଜନା ପକାଇ…
ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଜଣେ ମୃତ ଦୁଇ ଗୁରୁତର ଅନୁଗୁଳ – ଅନୁଗୁଳ ଟାଉନ୍ ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ପୁଲିସ ଟ୍ରେନିଂ କଲେଜ ସମ୍ମୁଖରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…
ଗୁଳି ମାଡରେ ନାବାଳକ ଗୁରୁତର ଅନୁଗୁଳ – ଗୁଳିମାଡ଼ରେ ନାବାଳକ ଆହତ । ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ସାନକେରଜଙ୍ଗ ଗାଁରେ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି । ସୂଚନା…