ମୁଖ୍ୟ ଖବର ପୋଖରୀରେ ବୁଡି ଦୁଇ ନାବାଳିକା ମୃତ Angul OnlineOctober 7, 2021October 7, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା କୁରୁମଛକ ଠାରେ ଏକ ଅଭାବନୀୟ ଘଟଣା ଘଟିଛି । କୁରୁମଛକ ନିକଟସ୍ଥ ଏକ ପୋଖରୀରେ ବୁଡି ଗାଁର ଦୁଇ ଜଣ ନାବାଳିକାଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଗାଁର ଘନଶ୍ୟାମ ସାହୁଙ୍କ ଝିଅ ବର୍ଷା ଓ ଦୟାନିଧି ପ୍ରଧାନଙ୍କ ଝିଅ ଜ୍ୟୋତି ପୋଖରୀକୁ ଗାଢେଇବାକୁ ଯାଇଥିଲେ । ତେବେ ଉଭୟ ପୋଖରୀରେ ବୁଡି ଯାଇଥିଲେ । ସେହି ପୋଖରୀ ଦେଇ ଯାଉଥିବା ଜଣେ ଗୋରୁ ଚରାଳୀ ଉଭଯଙ୍କୁ ପାଣିରେ ଭାସୁଥିବା ଦେଖି ଗାଁ ଲୋକଙ୍କୁ ଖବର ଦେଇଥିଲେ । ଗାଁ ଲୋକ ଦୁଇ ନାବାଳିକାଙ୍କୁ ପୋଖରୀରୁ ଉଦ୍ଧାର କରିଥିଲେ ମଧ୍ୟ ସେତେବେଳକୁ ଉଭୟଙ୍କ ମୃତ୍ୟୁ ହୋଇ ସାରିଥିଲା । ଖବର ପାଇ ଠାକୁରଗଡ଼ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଏଭଳି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକ ର ଛାୟା ଖେଳାଇ ଦେଇଛି । Advertisement
କାନ୍ଥ ପଡି ଅଜା ମୃତ , ନାତୁଣୀ ଗୁରୁତର ଅନୁଗୁଳ – ଅନୁଗୁଳ ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ବର୍ଷା ଯୋଗୁଁ କାନ୍ଥ ପଡି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ…
କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଠକିନେଲେ ସଂଘ ସଭାନେତ୍ରୀ ଅନୁଗୁଳ – କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଠକିନେଲେ ମହିଳା ସଂଘର ସଭାନେତ୍ରୀ । ଲୋକଙ୍କ ଦସ୍ତଖତ ବଦଳରେ ଟିପ ଚିହ୍ନ ଦେଇ ହେଉ ଅବା ଝିଅର ଉଚ୍ଚ…
ଦୁଇ ମୋଟରସାଇକେଲ ଧକ୍କା – ବସ ଚକ ତଳେ ପଡି ଜଣେ ମୃତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଅନୁଗୁଳ-ଛେଣ୍ଡିପଦା ୬୩ନଂ ରାଜ୍ୟ ରାଜପଥର ଫୁଲଝରୀ ଛକ ନିକଟରେ ଦୁଇ ମୋଟରସାଇକେଲ ମଧ୍ୟରେ ଧକ୍କା ହେବା ସହିତ ଏକ ଯାତ୍ରୀବାହି ବସରେ…