ମୁଖ୍ୟ ଖବର ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ Angul OnlineJune 20, 2023June 20, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ ବନ୍ତଳା ବନାଞ୍ଚଳ ଗଡ଼ତରାସ ପଞ୍ଚାୟତ ଅରାଡିହ ଗ୍ରାମର ଅରୁଣ ପଧାନ ନିଜ ବଗିଚାରେ ବାଡ଼ ଦେଉଥିବା ବେଳେ ଏକ ଦନ୍ତା ହାତୀ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ସେହିପରି ବଡ଼ କନ୍ତକୂଳ ପଂଚାୟତର ସାନକନ୍ତକୂଳ ଗ୍ରାମର ଶ୍ରୀନିବାସ ସାହୁ (୭୦) ଆଜି ଘର ନିକଟକୁ କୌଣସି କାମରେ ଯାଇଥିବା ସମୟରେ ହାତୀ ହାବୁଡ଼ରେ ପଡି ଯାଇଥିଲେ । ଫଳରେ ହାତୀ ତାଙ୍କୁ ଦଳି ଦେଇଥିଲା । ଏହା ଜଣା ପଡିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି । Advertisement
ଫିଲ୍ମ ଷ୍ଟାଇଲରେ ଆସିଲେ , ପୁଲିସ ଓ ଇନକମ ଟାକ୍ସ ଅଫିସର କହି ସୁନା ଲୁଟି ନେଲେ ତାଳଚେର – ଅକ୍ଷୟ କୁମାର ଅଭିନୀତ ସ୍ପେସିଆଲ ୨୬ ଢଙ୍ଗରେ ସୁନା ଆଉ ରୁପା ଲୁଟିନେଲେ ଲୁଟେରା । ଅନୁଗୁଳ ଜିଲ୍ଲା ତାଳଚେର ହାଟତୋଟା ଠାରେ ଥିବା ଏକ…
ହାଇୱେ ପେଟ୍ରୋଲିଂ ଭ୍ୟାନ ସେବା ଆରମ୍ଭ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଆରମ୍ଭ ହେଲା ହାଇୱେ ପେଟ୍ରୋଲିଂ ଭ୍ୟାନ ସେବା । ରାଜରାସ୍ତାରେ ହେଉଥିବା ଦୁର୍ଘଟଣା ଜନିତ ମୃତ୍ୟୁକୁ କମାଇବା ଉଦ୍ଦେଶ୍ୟରେ ସାରା ରାଜ୍ୟରେ…
ଅଷ୍ଟମୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ବାପା ମୃତ ତାଳଚେର – ଝିଅ ଘରୁ ଅଷ୍ଟମୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ବାପାଙ୍କର ଜୀବନ । ଏଭଳି ଘଟଣା ଦେଖିବାକୁ ମିଳିଛି ତାଳଚେର କାଳନ୍ଦୀପ୍ରସାଦ…