ମୁଖ୍ୟ ଖବର ୨ ଜଣଙ୍କୁ କଚାଡି ମାରିଲା ହାତୀ Angul OnlineMay 6, 2021May 6, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଆଜି ହାତୀ ଆକ୍ରମଣରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ ପୁରୁଣାଗଡ ରେଞ୍ଜ ତଳଗଡ଼ ଗାଁରେ ଆଜି ଭୋରରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା । ମୃତ ମହିଳା ତଳଗଡ଼ ଗାଁର ମମତା ସେଠି । ମମତା ଭୋର ବେଳେ ଗାଁ ମୁଣ୍ଡ ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ । ସେ ସେଠାରେ ଆମ୍ବ ଗୋଟାଉଥିବା ବେଳେ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା । ହାତୀ ତାଙ୍କୁ ଗୋଡ଼ରେ ଦଳି ଦେବା ସହ ଶୁଣ୍ଢରେ ଫୋପାଡ଼ି ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ମମତାଙ୍କ ମୃତ୍ୟୁ ହୋଇଥିଲା । .ସେହିପରେ ଆଠମଲ୍ଲିକ ଉପଖଣ୍ଡ ବାମୁର ରେଞ୍ଜର ହିମାମୁରା ଜଙ୍ଗଲ ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମହୁଳମାଳ ଗ୍ରାମର ଧନେଶ୍ୱର ଦେହୁରୀ ଆଜି ୯ ଟା ବେଳକୁ କେନ୍ଦୁପତ୍ର ସଂଗ୍ରହ କରି ଘରକୁ ଫେରିବା ବାଟରେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ । ହାତୀ ଆକ୍ରମଣରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ବନବିଭାଗ ଓ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ କରୁଛି । Advertisement
ତାଳଚେର ଟ୍ରକ ମାଲିକ ସଂଘ ନିର୍ବାଚନ – ଦିଲ୍ଲୀପ ସଭାପତି , ଫିରୋଜ ସମ୍ପାଦକ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଟ୍ରକ ମାଲିକ ସଂଘ ନିର୍ବାଚନ ବହୁ ବାଦବିବାଦ ପରେ ଶେଷରେ ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଛି । ଗତକାଲି(ଶନିବାର) ନିର୍ବାଚନ…
ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ରେ ହାତୀ ଆକ୍ରମଣରେ ଦୁଇ…
ବିଦ୍ୟୁତ ତାର ମରାମତି ବେଳେ ଠିକା କର୍ମଚାରୀ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଜଗନ୍ନାଥ କୋଇଲା ଖଣିର ବଲଣ୍ଡା ଠାରେ ବିଦ୍ୟୁତ ତାର ଟାଣୁଥିବା ବେଳେ ଏକ ଅଘଟଣ ଘଟି ଯାଇଛି । ୧୧…