ଆଞ୍ଚଳିକ ଦୁଇ ଅଜଗର ସାପ ଉଦ୍ଧାର Angul OnlineDecember 1, 2024December 1, 2024 ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁରୁଣାଗଡ , ବଡ଼ଦାଣ୍ଡ ସାହି ଗାଁ ରାସ୍ତାରେ ୧୫ଫୁଟ୍ ଲମ୍ବ ଅଜଗର ସାପ ରାସ୍ତା ପାରି ହେଉଥିଲା । ଏହାକୁ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇ ସାପଟିକୁ ମାରିଦେବାକୁ ଉଦ୍ୟମ କରୁଥିଲେ । ତେବେ ସ୍ନେକ୍ ହେଲ୍ପ ଲାଇନର ସଦସ୍ୟ ଘଟଣା ସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରିଛନ୍ତି । ସ୍ନେକ୍ ହେଲ୍ପ ଲାଇନର ସଦସ୍ୟ ବିଶ୍ଵରଞ୍ଜନ ବେହେରା ସେଇ ରାସ୍ତା ଦେଇ କାମ ସାରି ଅନୁଗୁଳ ରୁ ଫେରୁଥିଲେ । ସାପଟିକୁ ଦେଖି ଲୋକଙ୍କୁ ମାରିବାକୁ ବାରଣ କରିବା ସହ ବନ ବିଭାଗ କୁ ଖବର ଦେଇଥିଲେ । ବନବିଭାଗ କର୍ମଚାରୀ ପହଞ୍ଚିବାପରେ ସ୍ନେକ୍ ହେଲ୍ପ ଲାଇନ ସଦସ୍ୟ ମିଶି ସାପଟିକୁ ଉଦ୍ଧାର କରି ଜଙ୍ଗଲରେ ଛାଡି ଦେଇଥିଲେ । ସେହିପରି ଦେରେଜାଙ୍ଗ ଡ୍ୟାମ ମଧ୍ୟ ନିକଟରୁ ଏକ ୧୦ ଫୁଟ ଲମ୍ବର ଅଜଗର ଉଦ୍ଧାର କରା ଯାଇଛି । ଡ୍ୟାମ ହୁଡାରେ ଅଜଗର ସାପ ଥିବା ଖବର ପାଇ ସର୍ପମିତ୍ର ଆଦିତ୍ୟ ବେହେରା ଓ ଶିତୁ ସିଂ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରିବା ସହ ବନ ବିଭାଗର ସହାୟତାରେ ସୁରକ୍ଷିତ ସ୍ଥାନରେ ଛାଡି ଦେଇଥିଲେ । Advertisement
ପପୁ ତ୍ରିପାଠୀ ହେଲେ ନିର୍ବାହୀ ଅଧିକାରୀ ଅନୁଗୁଳ – ଅନୁଗୁଳର ପପୁ ତ୍ରିପାଠୀ ନାମରେ ପରିଚିତ ସତ୍ୟ ପ୍ରକାଶ ତ୍ରିପାଠୀ ହେଲେ ଚାନ୍ଦବାଲି ଏନ ଏ ସି ର ନିର୍ବାହୀ ଅଧିକାରୀ । ଆଜି…
ମା ବାସନ୍ତୀଙ୍କ ଆଶିଷ ଲାଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଅନୁଗୁଳ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଅନୁଗୁଳ ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଦିନ ତମାମ ତାଳଚେରରେ ବିଭିନ୍ନ କାର୍ଯ୍ୟକ୍ରମରେ…
ଜିନ୍ଦଲ ପାୱାରକୁ ଗାରେ ପାଲମା 4/1 ଖଣି ପାଇଁ ସଫଳ ବିଡର ଭାବରେ କୋଇଲା ମନ୍ତ୍ରଣାଳୟର ଘୋଷଣା ରାୟପୁର/ଭୁବନେଶ୍ୱର – ଶିଳ୍ପପତି ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ୱାଧୀନ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)ର ସହାୟକ କମ୍ପାନୀ ଜିନ୍ଦଲ ପାୱାର ଲିମିଟେଡ (ଜେପିଏଲ)କୁ କୋଇଲା…