ମୁଖ୍ୟ ଖବର ଦୁର୍ଘଟଣାରେ ଦୁଇ ମୃତ Angul OnlineMarch 15, 2022March 15, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲାର ଦୁଇଟି ସ୍ଥାନରେ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ତାଳଚେର ବ୍ଲକ୍ ଅନ୍ତର୍ଗତ କଳମଛୁଇଁ ଗ୍ରାମ ନିକଟରେ ପାଣି ଟ୍ୟାଙ୍କର ଧକ୍କାରେ ଜଣେ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହେଇଛନ୍ତି । ସୂଚନା ଅନୁସାରେ କଳମଛୁଇଁ ଦେଉଳ ଛକ ନିକଟରେ ମୃତକ ଜଣଙ୍କ ହେଲେ ତେଲିଶୀଙ୍ଗା ଗ୍ରାମର ଏମସିଏଲ୍ କର୍ମଚାରୀ ଶିବା ନନ୍ଦ ସାହୁ । ଆହତ ଜଣଙ୍କ ହେଲେ କଣିହାଁ ଥାନା ଅନ୍ତର୍ଗତ କଂସମୁଣ୍ଡା ଗ୍ରାମର ଦେବଦତ୍ତ ସ୍ୱାଇଁ । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରିବା ସହ ପାଣି ଟ୍ୟାଙ୍କରକୁ ଜବତ କରିଛି । ସେହିପରି ଆଜି ଅପରାହ୍ନ ସମୟରେ କୁମଣ୍ଡ ପଞ୍ଚାୟତର ଭଣ୍ଡୁଭର ନିକଟରେ ଏକ ଟିପର ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ରାଣୀଗୋଡା ଗ୍ରାମର ଦିଲ୍ଲୀପ ପଟ୍ଟନାୟକ । ସେ ଭଣ୍ଡୁବର ଅଞ୍ଚଳକୁ କାମ କରିବାକୁ ଯାଉଥିବା ବେଳେ ଏକ ଟିପର ତାଙ୍କୁ ପଛ ପଟୁ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ସୂଚନା ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ତଦନ୍ତ କରୁଛି । Advertisement
ମରଣାତ୍ମକ ଆକ୍ରମଣର ପ୍ରତିବାଦ – ଥାନାରେ ପକାଇଦେଲେ ତାଲା ଅନୁଗୁଳ – ଅନୁଗୁଳ ସଦର ମହକୁମାରେ ଗତ ସୋମବାର ବିଜୁ ଜନତା ଦଳର ତୈଳଦର ବୃଦ୍ଧି ପ୍ରତିବାଦରେ ଚାଲିଥିବା ଶୋଭାଯାତ୍ରାରେ ସ୍ଥାନୀୟ ରାଧାରମଣପଡ଼ା ଅଞ୍ଚଳର ବନିତା ସାହୁ…
ଡାକ୍ତରଖାନା ସ୍ତ୍ରୀ ଓ ପ୍ରସୁତି ବିଭାଗରେ ଅଗ୍ନିକାଣ୍ଡ – ମୁଲ୍ଯବାନ ଯନ୍ତ୍ରାଂଶ ପୋଡି ନଷ୍ଟ ଅନୁଗୋଳ – ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ଅଗ୍ନୀକାଣ୍ଡରେ ଜଳିଗଲା ବହୁ ମୂଲ୍ୟବାନ ଯନ୍ତ୍ରାଂଶ । ସୂଚନା ଅନୁସାରେ ଅନୁଗୋଳ…
କଣ୍ଟ ପୁରିଲା , ରହିଲା ନାହିଁ ରାଜପଥ ନେଇ ପ୍ରଶାସନ ପ୍ରତିଶୃତି ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ଦୁରବସ୍ଥା ନେଇ ଅନୁଗୁଳ ସଚେତନ ନାଗରିକ ଧାରଣାରେ ବସିଥିଲେ । ଏହି ଜାତୀୟ…