ମୁଖ୍ୟ ଖବର ଅଟୋକୁ ଧକ୍କା ଦେଲା ଟ୍ରକ – ୨ ମହିଳା ମୃତ Angul OnlineMay 30, 2022May 30, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ୫୫ ନଂ ଜାତୀୟ ରାଜପଥ ମରାତିରା ଗଣ୍ଡିମୁଣ୍ଡା ନିକଟରେ ବିଳମ୍ବିତ ରାତିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଦୁଇଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଥବା ଜଣା ପଡିଛି । ସୂଚନା ଅନୁସାରେ ଏକ ଅଟୋରେ ମହିଧରପୁରରୁ ୪ ଜଣ ଯାତ୍ରୀ ଦୁର୍ଗାପୁର ଆସୁଥିବା ସମୟରେ ଏକ ପିଆଜ ବୋଝେଇ ଟ୍ରକ ଧକ୍କା ଦେଇ ଥିଲା । ଫଳରେ ଘଟଣା ସ୍ଥଳରେ ୨ ମହିଳା ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଯାତ୍ରୀ ଓ ଚାଳକ ଆହତ ହୋଇଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତାହତ ମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଥିଲା । ମୃତ ମହିଳା ମାନେ ହେଲେ ଦୁର୍ଗାପୁର ଗାଁର ମହିଳା କାନ୍ତି ସାହୁ ଓ ଜରପଡା ଗାଁର କୋକିଳ ସାହୁ । ଅନ୍ୟ ଦୁଇ ଯାତ୍ରୀଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି । Advertisement
୫.୭୮ କୋଟିରେ ହେବ ସହର ଭିତର ରାଜପଥ ଉନ୍ନତିକରଣ ଅନୁଗୁଳ – ଅନୁଗୁଳ ସହର ଦେଇ ଯାଇଥିବା ଜାତୀୟ ରାଜପଥର ଉନ୍ନତିକରଣ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ବିବରଣୀରୁ ପ୍ରକାଶ ଯେ, ଅନୁଗୁଳ ସହର…
ପାଉଁରୁଟି ଫ୍ୟାକ୍ଟେରି ଉପରେ ଚଢାଉ – ଅସ୍ଵାସ୍ଥ୍ୟକର ପରିବେଶରେ ଚାଲିଥିଲା ପାଉଁରୁଟି ତିଆରି ଅନୁଗୁଳ – ଅନୁଗୁଳ ଇଣ୍ଡଷ୍ଟ୍ରିଆଲ ଛକରେ ଥିବା ଏକ ବେକରି ଫ୍ୟାକ୍ଟେରି ଉପରେ ଜନ ସ୍ୱାସ୍ଥ୍ୟ ବିଭାଗ ଓ ପୁଲିସର ଚଢ଼ାଉ କରିଥିଲା । ଖାଦ୍ୟ ସାମଗ୍ରୀ…
ନିଆଁରେ ପୋଡି ହୋଇ ଦମ୍ପତିଙ୍କ ମୃତ୍ୟୁ ଅନୁଗୁଳ – ଅନୁଗୁଳ ଜିଲ୍ଲା ବାରସିଂହା ଗାଁରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ନିଆଁରେ ପୋଡି ହୋଇ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଦମ୍ପତିଙ୍କ…