ଆଞ୍ଚଳିକ ଅଚିହ୍ନା ମୃତଦେହ ଉଦ୍ଧାର Angul OnlineMay 26, 2021May 26, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୌରାଞ୍ଚଳ ୧ନମ୍ବର ୱାର୍ଡର ବୀରବରପଲ୍ଲୀ ନିକଟରୁ ଜଣେ ବୃଦ୍ଧଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି । ତାଙ୍କ ପରିଚୟ ମିଳି ପାରି ନାହିଁ । ସୂଚନା ଅନୁସାରେ ଗତ ୨୩ ତାରିଖ ଏହି ବୃଦ୍ଧ ଜଣଙ୍କ ବୀରବରପଲ୍ଲୀ ନିକଟରେ ହୋଇଥିବା ଅସ୍ଥାୟୀ କୋଭିଡ ସେଣ୍ଟର ନିକଟରେ ପଡିଥିଲେ । ଏ ନେଇ ସ୍ଥାନୀୟ ଲୋକ ପୁଲିସକୁ ସୂଚନା ଦେଇଥିଲେ । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତାଙ୍କୁ ସେଠାରୁ ଉଦ୍ଧାର କରି ତାଳଚେର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ କୋଭିଡ୍ ଟେଷ୍ଟରେ ତାଙ୍କର ନେଗେଟିଭ ରିପୋର୍ଟ ଜଣାପଡିଛି । ମୃତ ବ୍ୟକ୍ତିଙ୍କର ଆନୁମାନିକ ବୟସ ୬୫ ବର୍ଷ , ପତଳା ଶରୀର ଓ ଦାଢ଼ି ଥିବାବେଳେ ସେ ଏକ ଧଳା ଗଞ୍ଜି ଓ ବାଇଗଣି ରଙ୍ଗର ଲୁଙ୍ଗି ପରିଧାନ କରିଛନ୍ତି । Advertisement
ପୋଖରୀରୁ କମ୍ପାନୀ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବନ୍ଦା କୁସୁମନାଳି ପୋଖରୀରୁ ଆଜି(ବୁଧବାର) ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ପୋଖରୀରେ…
ସମ୍ପଦ ଅଛି ହେଲେ ହେଉନି ସମୃଦ୍ଧି ଛେଣ୍ଡିପଦା ସମ୍ପଦ ଅଛି ହେଲେ ହେଉନି ସମୃଦ୍ଧି ଛେଣ୍ଡିପଦା – ପ୍ରାକୃତିକ ସମ୍ପଦର ସଦ୍ବିନିଯୋଗ ସମୃଦ୍ଧିର ଦ୍ୱାର ଉନ୍ମୁକ୍ତ କରେ । ଲୋକଙ୍କ ଆର୍ଥିକ ଅଭିବୃଦ୍ଧିକୁ ଏହା ବଳ…
ଗଛ ଡାଳ ଭାଙ୍ଗିବାରୁ ରେଳ ଚଳାଚଳ ବାଧାପ୍ରାପ୍ତ ଅନୁଗୋଳ – ଅନୁଗୋଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଜି କାଳ ବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଜୋର ପବନ ହୋଇଥିଲା । ଫଳରେ ବିଭିନ୍ନ ସ୍ଥାନରେ ଗଛ…