ମୁଖ୍ୟ ଖବର ଏନଏଚ୍ -୫୩ର ସମ୍ପ୍ରସାରଣ ସହ ରାଜପଥ ଦୁଇ ଲେନ୍ ବିଶିଷ୍ଟ ହେବ Angul OnlineJanuary 15, 2023January 15, 2023 ଭୁବନେଶ୍ବର – ଅନୁଗୋଳ ଜିଲ୍ଲା ଜାତୀୟ ରାଜପଥ -୫୩କୁ ସମ୍ପ୍ରସାରଣ କରିବା ସହ ଏହାକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନିତୀନ ଗଡକରୀ ଟ୍ଵିଟ୍ କରି ସୂଚନା ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ଵିଟ୍ କରି ଏଥପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଭାଗୀୟ ମନ୍ତ୍ରୀ ଶ୍ରୀ ଗଡକରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଅନୁଗୋଳ ଜିଲ୍ଲା ଏନଏଚ – ୫୩ରେ ରେଙ୍ଗାଲି , ବଜ୍ରକୋଟ ଏବଂ ଟାକୁଆରେ ତିନୋଟି ବାଇପାସ ସହ ଜାତୀୟ ରାଜପଥର ସମ୍ପ୍ରସାରଣ ଏବଂ ଦୁଇ ଲେନ୍ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ଅନୁମୋଦନ କରାଯାଇଛି । ଏହି ଜାତୀୟ ରାଜପଥ ପାରାଦୀପ ବନ୍ଦର ସହ ରାଜ୍ୟର ବୃହତ ଶିଳ୍ପାଞ୍ଚଳ ଏବଂ ଖଣି କୋରିଡରକୁ ସଂଯୋଗ କରୁଛି । ରାଜପଥର ସମ୍ପ୍ରସାରଣ ଏବଂ ଉନ୍ନତିକରଣ ଦ୍ବାରା ଲୋକଙ୍କ ଯାତୟତ ସୁରକ୍ଷିତ ହେବ । ଏହାବ୍ୟତିତ ଏହି ରାଜପଥ ଭାରି ଯାନର ଯାତାୟତ ସହଜ ହେବ ଏବଂ ଏହି ଶିଳ୍ପ କୋରିଡର ତଥା କୋଲ୍ ଇଣ୍ଡିଆ , ଏନଟିପିସି , ଜିନ୍ଦଲ ଷ୍ଟିଲର ସାମାଜିକ ଓ ଆର୍ଥିକ ବିକାଶକୁ ତ୍ୱରାନ୍ବିତ କରିବ । ଶ୍ରୀ ପ୍ରଧାନ କହିଛନ୍ତି ଏନଏଚ ୫୩ର ସମ୍ପ୍ରସାରଣ ଅନୁଗୋଳ ଏବଂ ସମ୍ବଲପୁର ଜିଲ୍ଲାର ଯାତାୟତକୁ ସୁଗମ କରିବା ସହ ଶିଳ୍ପ କ୍ଷେତ୍ରର ବିକାଶ ହେବା ସଙ୍ଗେସଙ୍ଗେ ସାମାଜିକ ଓ ଆର୍ଥିକ ବିକାଶରେ ଅଭିବୃଦ୍ଧି ଘଟିବ । Advertisement
ଝିଅ ବାହାଘର ସମୟରେ ବିବାହ ସାମଗ୍ରୀ ଆଣିବାକୁ ଯାଇ ଦୁର୍ଘଟଣାରେ ବାପା ମୃତ କିଶୋରନଗର – ଝିଅ ବାହାଘର ସମୟରେ ବିବାହ ସାମଗ୍ରୀ ଆଣିବାକୁ ଯାଇ ଦୁର୍ଘଟଣାରେ ଗଲା ବାପାର ଜୀବନ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି…
ବନ୍ଦେ ଭାରତ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ଯା ଉଦ୍ଯମ ଅନୁଗୁଳ – ଅନୁଗୁଳ ଷ୍ଟେସନ ଦେଇ ଯାଉଥିବା ବନ୍ଦେ ଭାରତ ଆଗକୁ ଡେଇଁ ଆତ୍ମହତ୍ଯା କରିବାକୁ ଉଦ୍ଯମ କରୁଥିବା ବେଳେ ଟ୍ରେନ ଡ୍ରାଇଭରଙ୍କ ଉପସ୍ଥିତି ବୁଦ୍ଧି ଯୋଗୁଁ…
୫୫ ନମ୍ବର ଜାତୀୟ ରାଜପଥରେ ପୁଣି ଗଡ଼ିଲା ମୁଣ୍ଡ ଅନୁଗୁଳ – ଜାତୀୟ ରାଜପଥ ୫୫ ପୁଣି ନେଲା ଜୀବନ । ଅଜଣା ଗାଡି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତକ କରଡାଗାଡ଼ିଆ ଗାଁର କାଶୀନାଥ…