ମୁଖ୍ୟ ଖବର ଟ୍ରକ ଧକ୍କାରେ ମହିଳା ମୃତ Angul OnlineMay 1, 2023May 1, 2023 ଅନୁଗୋଳ – ଅନୁଗୋଳ ସହର ଦେଇ ଯାଇଥୁବା ୫୫ ନମ୍ବର ଜାତୀୟ ରାଜପଥର ବୁଢ଼ୀ ଠାକୁରାଣୀ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଗଣେଶ ରାଉତଙ୍କ ପତ୍ନୀ ଉର୍ମିଳା ରାଉତ । ତାଙ୍କ ପ୍ରକୃତ ଘର ଢେଙ୍କାନାଳ ଜିଲ୍ଲାରେ ହୋଇଥିବା ବେଳେ ଅନୁଗୋଳ ସହର କଲେଜପଡ଼ାରେ ଘରଭଡା ନେଇ ରହୁଥିଲେ । ବୁଢ଼ୀ ଠାକୁରାଣୀ ମନ୍ଦିର ପରିସରରେ ଗଣେଶଙ୍କ ଏକ ଭୋଗ ଦୋକାନ ରହିଛି । ସେ ସକାଳେ ଦୋକନକୁ ଆସୁଥିବା ବେଳେ ଏକ ଟ୍ରକ ତାଂକୁ ଧକ୍କା ଦେଇଥିଲା ।ମହିଳାଙ୍କ ମୃତ୍ୟୁ ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ଫଳରେ ବହୁ ସମୟ ଧରି ଟ୍ରାଫିକ୍ ସମସ୍ୟା ସୃଷ୍ଟି ହୋଇଥିଲା । ସୂଚନା ଅନୁସାରେ , ଆଜି ସକାଳେ ଉଭୟ ପତି – ପତ୍ନୀ ମୋଟରସାଇକେଲ ଯୋଗେ ଦୋକାନ ଖୋଲିବାକୁ ଯାଉଥିଲେ । ବୁଢ଼ୀ ଠାକୁରାଣୀ ଛକ ନିକଟରେ ଭାରସାମ୍ୟ ହରାଇ ଉର୍ମିଳା ବାଇକରୁ ଖସି ପଡ଼ିଥିଲେ । ଏହି ସମୟରେ ପଛରୁ ଆସୁଥିବା ଏକ ଟ୍ରକ ତାଙ୍କୁ ଚାପି ଦେଇଥିଲା । ଘଟଣା ସ୍ଥଳରେ ତାଙ୍କ ପ୍ରାଣବାୟୁ ଉଡି ଯାଇଥିଲା । Advertisement
ଅସହାୟ ବୃଦ୍ଧାଙ୍କୁ ମିଳିଲାନି ଚାରି କାନ୍ଧ – ଟ୍ରଲିରେ ବୋହି ସତ୍କାର କଲେ ସରପଞ୍ଚ ପାଲଲହଡା- ହଜିଗଲା ମାନବିକତା, ମିଳିଲାନି ଚାରି କାନ୍ଧ I ବାଧ୍ଯ ହୋଇ ସରପଞ୍ଚ ଟ୍ରଲିରେ ବୋହି ନେଇ ଅସହାୟ ବୃଦ୍ଧାଙ୍କ ଶବକୁ ସତ୍କାର କରିଥିଲେ I ଏମିତି…
ବଢି ପାଣି ଭିତରୁ ଉଦ୍ଧାର ହେଲା ହାତୀ ଛୁଆ ଅନୁଗୁଳ – ପାଣି ଭିତରୁ ହାତୀ ଛୁଆ ଉଦ୍ଧାର । ହାତୀ ପଲରୁ ଖସି ଆସିଥିବା ଏକ ହାତୀ ଛୁଆ ଡ୍ୟାମ ପାଣି ଭିତରେ ପଶି ଯାଇ…
ଭିଜିଲାନ୍ସ ଜାଲରେ ଆର ଆଇ ଅନୁଗୁଳ – ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଜଣେ ଆରଆଇ ବାବୁ ଧରା ପଡିଛନ୍ତି । ବାବୁ ଜଣଙ୍କ ହେଲେ ଅନୁଗୁଳ ତହସିଲ ଅନ୍ତର୍ଗତ ବନ୍ତଳା…